< Masalimo 124 >

1 Salimo la Davide. Nyimbo yoyimba pokwera ku Yerusalemu. Akanapanda kukhala mbali yathu Yehova, anene tsono Israeli,
ଆରୋହଣ ଗୀତ; ଦାଉଦଙ୍କ ରଚିତ। ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;
2 akanapanda kukhala mbali yathu Yehova, potiwukira anthuwo,
ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3 iwo atatipsera mtima, akanatimeza amoyo;
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4 chigumula chikanatimiza, mtsinje ukanatikokolola,
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା
5 madzi a mkokomo akanatikokolola.
ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।
6 Atamandike Yehova, amene sanalole kuti tikhale chakudya cha mano awo.
ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
7 Moyo wathu wawonjoka ngati mbalame yokodwa mu msampha wa mlenje; msampha wathyoka, ndipo ife tapulumuka.
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
8 Thandizo lathu lili mʼdzina la Yehova wolenga kumwamba ndi dziko lapansi.
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

< Masalimo 124 >