< Masalimo 125 >

1 Nyimbo yoyimba pokwera ku Yerusalemu. Amene amadalira Yehova ali ngati phiri la Ziyoni, limene silingagwedezeke koma ndi lokhala mpaka muyaya.
ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
2 Monga mapiri azungulira Yerusalemu, momwemonso Yehova azungulira anthu ake kuyambira tsopano mpaka muyaya.
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3 Ndodo yaufumu ya anthu oyipa sidzakhala pa dziko limene lapatsidwa kwa anthu olungama, kuti anthu olungamawo angachite nawonso zoyipa.
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
4 Yehova chitirani zabwino amene ndi abwino, amene ndi olungama mtima
ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5 Koma amene amatembenukira ku njira zokhotakhota, Yehova adzawachotsa pamodzi ndi anthu ochita zoyipa. Mtendere ukhale pa Israeli.
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

< Masalimo 125 >