< Masalimo 136 >

1 Yamikani Yehova chifukwa ndi wabwino.
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 Yamikani Mulungu wa milungu.
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3 Yamikani Ambuye wa ambuye,
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4 Iye yekhayo amene amachita zodabwitsa zazikulu,
ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5 Amene mwachidziwitso chake anapanga mayiko akumwamba,
ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6 Amene anayala dziko lapansi pamwamba pa madzi,
ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7 Amene anapanga miyuni ikuluikulu,
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8 Dzuwa lilamulire usana,
ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9 Mwezi ndi nyenyezi zilamulire usiku,
ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10 Amene anakantha ana woyamba kubadwa a Igupto,
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11 Natulutsa Israeli pakati pawo,
ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12 Ndi dzanja lamphamvu ndi mkono wotambasuka,
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13 Amene anagawa Nyanja Yofiira pakati,
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14 Nadutsitsa Israeli pakati pa nyanjayo,
ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15 Koma anakokolola Farao ndi ankhondo ake mʼNyanja Yofiira,
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16 Amene anatsogolera anthu ake mʼchipululu
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17 Amene anakantha mafumu akuluakulu,
ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18 Napha mafumu amphamvu,
ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19 Siloni mfumu ya Aamori,
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20 Ogi mfumu ya Basani,
ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21 Napereka dziko lawo ngati cholowa,
ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22 Cholowa cha mtumiki wake Israeli;
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 Amene anatikumbukira ife anthu opeputsidwa,
ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24 Amene anatimasula kwa adani athu,
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25 Amene amapereka chakudya kwa cholengedwa chilichonse,
ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26 Yamikani Mulungu wakumwamba,
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

< Masalimo 136 >