< Masalimo 18 >

1 Kwa mtsogoleri wa mayimbidwe. Salimo la Davide mtumiki wa Yehova. Iye anayimbira Yehova nyimbo iyi pamene Yehovayo anamupulumutsa mʼdzanja la adani ake onse ndiponso mʼdzanja la Sauli. Davide anati: Ine ndimakukondani Inu Yehova, mphamvu zanga.
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
2 Yehova ndiye thanthwe langa, chitetezo changa ndi mpulumutsi wanga; Mulungu wanga ndi thanthwe langa mʼmene ndimathawiramo. Chishango changa ndi ndodo yachipulumutso changa, ndi linga langa.
ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
3 Ndimayitana Yehova amene ndi woyenera matamando, ndipo ndapulumutsidwa kwa adani anga.
ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
4 Zingwe za imfa zinandizinga; mitsinje yothamanga yachiwonongeko inandiopsa kwambiri.
ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।
5 Anandimanga ndi zingwe za ku manda; misampha ya imfa inalimbana nane. (Sheol h7585)
ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା। (Sheol h7585)
6 Mʼmasautso anga ndinapemphera kwa Yehova; ndinalirira kwa Mulungu wanga kuti andithandize. Ali mʼNyumba yake, anamva mawu anga; kulira kwanga kunafika pamaso pake ndi mʼmakutu mwake.
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
7 Dziko lapansi linanjenjemera ndi kuchita chivomerezi, ndipo maziko a mapiri anagwedezeka; ananjenjemera chifukwa Iye anakwiya.
ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
8 Mʼmphuno mwake munatuluka utsi; moto wonyeketsa unatuluka mʼkamwa mwake, makala amoto anali lawilawi mʼkamwa mwake.
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
9 Iye anangʼamba thambo natsika pansi; pansi pa mapazi ake panali mitambo yakuda.
ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
10 Iye anakwera pa Kerubi ndi kuwuluka; nawuluka ndi mphepo mwaliwiro.
ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।
11 Iye anapanga mdima kukhala chofunda chake, chophimba chake chomuzungulira chinali mitambo yakuda ya mlengalenga.
ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।
12 Mʼkuwala kumene kunali pamaso pake munkachokera matalala, makala amoto ndi ziphaliwali zongʼanima.
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
13 Yehova anabangula kumwamba ngati bingu, mawu a Wammwambamwamba anamveka ponseponse.
ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।
14 Iye anaponya mivi yake nabalalitsa adani ake, ndi zingʼaningʼani zake anawagonjetsa.
ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
15 Zigwa za mʼnyanja zinaonekera poyera; maziko a dziko lapansi anakhala poyera, Yehova atabangula mwaukali, pamene mpweya wamphamvu unatuluka mʼmphuno mwanu.
ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।
16 Ali kumwamba, Iye anatambalitsa dzanja lake ndipo anandigwira; anandivuwula mʼmadzi ozama.
ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,
17 Anandipulumutsa kwa mdani wanga wamphamvu, adani anga, amene anali amphamvu kuposa ine.
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।
18 Adaniwo analimbana nane pamene ndinali pa mavuto, koma Yehova anali thandizo langa.
ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।
19 Iye anandipititsa kumalo otakasuka; anandipulumutsa chifukwa amakondwera nane.
ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।
20 Yehova wandithandiza molingana ndi chilungamo changa; molingana ndi makhalidwe anga abwino, Iye wandipulumutsa.
ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।
21 Pakuti ine ndinatsata njira za Yehova; ndilibe mlandu wochoka pamaso Mulungu wanga.
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
22 Malamulo ake onse ali pamaso panga; sindinasiye malangizo ake.
ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।
23 Ndakhala moyo wosalakwa pamaso pake ndipo ndakhala ndi kupewa tchimo.
ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
24 Yehova wandipatsa mphotho molingana ndi chilungamo changa, molingana ndi kuyera kwa manja anga pamaso pake.
ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।
25 Kwa wokhulupirika, Inu mumaonetsa kukhulupirika kwanu; kwa anthu amakhalidwe abwino, Inu mumaonetsanso makhalidwe abwino,
ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
26 kwa woyera mtima, Inu mumaonetsa kuyera mtima kwanu, koma kwa achinyengo mumaonetsanso kunyansidwa nawo.
ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
27 Inu mumapulumutsa anthu odzichepetsa, koma anthu amtima odzikuza mumawatsitsa.
କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।
28 Inu Yehova, sungani nyale yanga kuti iziyakabe; Mulungu wanga wasandutsa mdima wanga kukhala kuwunika.
ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।
29 Ndi thandizo lanu nditha kulimbana ndi gulu la ankhondo; ndi Mulungu wanga nditha kuchita zosatheka ndi munthu.
କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।
30 Kunena za Mulungu, zochita zake ndi zangwiro; mawu a Yehova alibe cholakwika. Iye ndi chishango kwa onse amene amathawira kwa Iye.
ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
31 Mulungu wina ndi uti wofanana nanu Yehova? Ndipo ndani amene ndi Thanthwe kupatula Mulungu wathu?
କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?
32 Ndi Mulungu amene anandipatsa mphamvu ndi kulungamitsa njira yanga.
ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
33 Iye amasandutsa mapazi anga kukhala ngati ambawala yayikazi; Iye amandithandiza kuyimirira pamwamba pa mapiri.
ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
34 Iye amaphunzitsa manja anga kuchita nkhondo; manja anga amatha kuthyola uta wachitsulo.
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।
35 Inu mumandipatsa chishango chachipambano, ndipo dzanja lanu lamanja limandichirikiza; mumawerama pansi kundikuza.
ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
36 Munakulitsa njira yoyendamo ine, kuti mapazi anga asaguluke.
ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।
37 Ndinathamangitsa adani anga ndi kuwapitirira; sindinabwerere mpaka atawonongedwa.
ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।
38 Ndinakantha adaniwo kotero kuti sanathenso kudzuka; anagwera pa mapazi anga.
ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।
39 Inu munandiveka ndi mphamvu yokachitira nkhondo, munachititsa kuti ndigonjetse adani anga.
କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।
40 Inu munachititsa adani anga kutembenuka, kuonetsa misana yawo pothawa, ndipo ine ndinawononga adani angawo.
ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।
41 Iwo anafuwula kupempha thandizo, koma panalibe ndi mmodzi yemwe owapulumutsa. Analirira kwa Yehova koma sanawayankhe.
ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
42 Ine ndinawaperesa ngati fumbi lowuluka ndi mphepo. Ndinawapondaponda ngati matope a mʼmisewu.
ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
43 Inu mwandipulumutsa mʼmanja mwa anthu; mwandisandutsa kukhala mtsogoleri wa anthu a mitundu ina. Anthu amene sindikuwadziwa ali pansi pa ulamuliro wanga.
ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
44 Alendo amadzipereka okha pamaso panga; akangomva za ine amandigonjera.
ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
45 Iwo onse anataya mtima; anatuluka mʼmalinga awo akunjenjemera.
ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।
46 Yehova ndi wamoyo! Litamandidwe Thanthwe langa! Akuzike Mulungu Mpulumutsi wanga!
ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
47 Iye ndi Mulungu amene amabwezera chilango, amene amagonjetsa anthu a mitundu yonse amene ali pansi pa ulamuliro wanga,
ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।
48 amene amandipulumutsa mʼmanja mwa adani anga. Inu munandikuza kuposa adani anga; munandilanditsa mʼmanja mwa anthu ankhanza.
ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।
49 Choncho ine ndidzakutamandani pakati pa anthu a mitundu ina, Inu Yehova; ndidzayimba nyimbo zotamanda dzina lanu.
ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
50 Iye amapereka chipambano chachikulu kwa mfumu yake; amaonetsa chikondi chosasinthika kwa wodzozedwa wake, kwa Davide ndi zidzukulu zake kwamuyaya.
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।

< Masalimo 18 >