< Masalimo 19 >

1 Kwa mtsogoleri wa mayimbidwe. Salimo la Davide. Zakumwamba zimalengeza za ulemerero wa Mulungu; thambo limalalikira ntchito za manja ake.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
2 Tsiku ndi tsiku zimayankhula mawu ambiri, usiku ndi usiku zimaonetsa poyera nzeru.
ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।
3 Palibe kuyankhula, palibe mawu aliwonse; liwu lawo silimveka.
କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।
4 Koma uthenga wawo umapita pa dziko lonse lapansi, mawuwo amafika mpaka kumalekezero a dziko lapansi.
ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5 Dzuwa lili ngati mkwatibwi wobwera kuchokera ku nsanja yake, ngati katswiri wokondwerera kuthamanga pa mpikisano.
ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।
6 Limatuluka kuyambira mbali ina ya thambo ndi kuzungulira mpaka mbali inanso; palibe chinthu chotha kupewa kutentha kwake.
ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
7 Lamulo la Yehova ndi langwiro, kutsitsimutsa moyo. Maumboni a Yehova ndi odalirika, amapereka nzeru kwa wopanda nzeru.
ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8 Malangizo a Yehova ndi olungama, amapereka chimwemwe mu mtima. Malamulo a Yehova ndi onyezimira, amapereka kuwala.
ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
9 Kuopa Yehova ndiye chinthu changwiro, chimakhala mpaka muyaya. Maweruzo a Yehova ndi owona ndipo onse ndi olungama;
ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
10 ndi a mtengowapatali kuposa golide, kuposa golide weniweni; ndi otsekemera kuposa uchi, kuposa uchi wochokera pa chisa chake.
ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
11 Mtumiki wanu amachenjezedwa nawo; powasunga pali mphotho yayikulu.
ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
12 Ndani angathe kudziwa zolakwa zake? Mundikhululukire zolakwa zanga zobisika.
ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
13 Muteteze mtumiki wanunso ku machimo ochita akudziwa; iwo asandilamulire. Kotero ndidzakhala wosalakwa, wopanda mlandu wa tchimo lalikulu.
ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
14 Mawu a mʼkamwa mwanga ndi zolingalira za mu mtima mwanga zikhale zokondweretsa pamaso panu, Inu Yehova, Thanthwe langa ndi Mpulumutsi wanga.
ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

< Masalimo 19 >