< Masalimo 23 >

1 Salimo la Davide. Yehova ndiye mʼbusa wanga, sindidzasowa kanthu.
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
2 Amandigoneka pa msipu wobiriwira, amanditsogolera ku madzi akumwa abwino,
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
3 amatsitsimutsa moyo wanga. Amanditsogolera mʼnjira zachilungamo chifukwa cha dzina lake.
ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
4 Ngakhale ndiyende mʼchigwa cha mdima wakuda bii, sindidzaopa choyipa, pakuti Inu muli ndi ine; chibonga chanu ndi ndodo yanu zimanditonthoza.
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
5 Mumandikonzera chakudya adani anga akuona. Mumadzoza mutu wanga ndi mafuta; chikho changa chimasefukira.
ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
6 Zoonadi, zokoma ndi chikondi chosasinthika zidzanditsata masiku onse a moyo wanga, ndipo ndidzakhala mʼNyumba ya Yehova kwamuyaya.
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

< Masalimo 23 >