< Masalimo 27 >

1 Salimo la Davide. Yehova ndiye kuwunika kwanga ndi chipulumutso changa; ndidzaopa yani? Yehova ndi linga la moyo wanga; ndidzachita mantha ndi yani?
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
2 Pamene anthu oyipa abwera kudzalimbana nane kudzadya mnofu wanga, pamene adani anga ndi achiwembu andithira nkhondo, iwo adzapunthwa ndi kugwa.
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
3 Ngakhale gulu lankhondo lindizinge, mtima wanga sudzaopa. Ngakhale nkhondo itayambika kulimbana nane, ngakhale nthawi imeneyo, ine ndidzalimbika mtima.
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
4 Chinthu chimodzi chokha chimene ndipempha kwa Yehova, ichi ndi chimene ndidzachifunafuna: kuti ndikhale mʼNyumba ya Yehova masiku onse a moyo wanga, ndi kuyangʼana kukongola kwa Yehova, ndi kumufunafuna Iye mʼNyumba yake.
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
5 Pakuti pa tsiku la msautso Iye adzanditeteza mʼmalo ake okhalamo; adzandibisa mʼkati mwa Nyumba yake ndi kukhazika ine pamwamba pa thanthwe.
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
6 Kotero mutu wanga udzakwezedwa kuposa adani anga amene andizungulira; pa Nyumba yake ndidzapereka nsembe ndi mfuwu wachimwemwe; ndidzayimba nyimbo kwa Yehova.
ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
7 Imvani mawu anga pamene ndiyitana Inu Yehova mundichitire chifundo ndipo mundiyankhe.
ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
8 Mtima wanga ukuti kwa Inu, “Funafuna nkhope yake!” Nkhope yanu Yehova ndidzayifunafuna.
ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
9 Musandibisire nkhope yanu, musamubweze mtumiki wanu mwamkwiyo; mwakhala muli thandizo langa. Musandikane kapena kunditaya, Inu Mulungu Mpulumutsi wanga.
ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
10 Ngakhale abambo ndi amayi anga anditaya Yehova adzandisamala.
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
11 Phunzitseni njira yanu Inu Yehova, munditsogolere mʼnjira yowongoka chifukwa cha ondizunza.
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
12 Musandipereke ku zokhumba za adani anga, pakuti mboni zambiri zauka kutsutsana nane ndipo zikundiopseza.
ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।
13 Ine ndikutsimikiza mtima za zimenezi; ndidzaona ubwino wa Yehova mʼdziko la anthu amoyo.
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
14 Dikirani pa Yehova; khalani anyonga ndipo limbani mtima nimudikire Yehova.
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।

< Masalimo 27 >