< Masalimo 30 >

1 Salimo la Davide. Nyimbo yoyimba popereka Nyumba ya Mulungu. Ndidzakukwezani Yehova, chifukwa mwanditulutsa kwakuya, ndipo simunalole kuti adani anga akondwere pa ine.
ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
2 Inu Yehova Mulungu wanga ndinapempha kwa Inu thandizo ndipo Inu munandichiritsa.
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
3 Inu Yehova, munanditulutsa ku manda, munandisunga kuti ndisatsalire mʼdzenje. (Sheol h7585)
ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। (Sheol h7585)
4 Imbirani Yehova inu anthu ake okhulupirika; tamandani dzina lake loyera.
ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
5 Pakuti mkwiyo wake umakhala kwa kanthawi koma kukoma mtima kwake ndi kwa moyo wonse; utha kuchezera kulira usiku wonse, koma chimwemwe chimabwera mmawa.
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
6 Pamene ndinaona kuti ndili otetezedwa ndinati, “Sindidzagwedezekanso.”
ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।
7 Inu Yehova, pamene munandikomera mtima, munachititsa phiri langa kuyima chilili; koma pamene munabisa nkhope yanu, ndinataya mtima.
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
8 Kwa Inu Yehova ndinayitana; kwa Ambuye ndinapempha chifundo;
ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
9 “Kodi pali phindu lanji powonongeka kwanga ngati nditsikira ku dzenje? Kodi fumbi lidzakutamandani Inu? Kodi lidzalengeza za kukhulupirika kwanu?
ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
10 Imvani Yehova ndipo mundichitire chifundo; Yehova mukhale thandizo langa.”
ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।
11 Inu munasandutsa kulira kwanga kukhala kuvina; munachotsa chiguduli changa ndi kundiveka ndi chimwemwe,
ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
12 kuti mtima wanga uthe kuyimbira Inu usakhale chete. Yehova Mulungu wanga, ndidzapereka kwa Inu mayamiko kwamuyaya.
ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।

< Masalimo 30 >