< Masalimo 36 >

1 Kwa mtsogoleri wa mayimbidwe. Salimo la Davide, mtumiki wa Yehova. Uthenga uli mu mtima mwanga wonena za kuchimwa kwa munthu woyipa: Mu mtima mwake mulibe kuopa Mulungu.
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
2 Pakuti iye mʼkuona kwake amadzinyenga yekha kwambiri, sazindikira kapena kudana ndi tchimo lake.
କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
3 Mawu a pakamwa pake ndi oyipa ndi achinyengo; iyeyo waleka kukhala wanzeru ndi kuchita zabwino.
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
4 Ngakhale ali pa bedi pake amakonzekera zoyipa; iye amadzipereka yekha ku njira ya uchimo ndipo sakana cholakwa chilichonse.
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
5 Chikondi chanu Yehova, chimafika ku mayiko a kumwamba, kukhulupirika kwanu mpaka ku mitambo.
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
6 Chilungamo chanu Mulungu chili ngati mapiri aakulu, chiweruzo chanu chili ngati kuzama kwakukulu. Yehova mumasunga munthu pamodzi ndi chinyama.
ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
7 Chikondi chanu chosatha ndi chamtengowapatali! Otchuka pamodzi ndi anthu wamba pakati pa anthu amapeza pothawirapo mu mthunzi wa mapiko anu.
ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
8 Iwo amadyerera zinthu zambiri za mʼnyumba yanu; Inu mumawapatsa chakumwa kuchokera mu mtsinje wanu wachikondwerero.
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
9 Pakuti kwa Inu kuli kasupe wamoyo; mʼkuwala kwanu ifenso timaona kuwala.
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
10 Pitirizani chikondi chanu pa iwo amene amakudziwani, chilungamo chanu kwa olungama mtima.
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
11 Musalole kuti phazi la wodzikuza libwere kulimbana nane, kapena dzanja la oyipa kundithamangitsa.
ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।
12 Onani momwe ochita zoyipa agonera atagwa, aponyeni pansi, kuti asathe kudzukanso!
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।

< Masalimo 36 >