< Masalimo 47 >

1 Kwa mtsogoleri wa mayimbidwe. Salimo la ana a Kora. Ombani mʼmanja, inu anthu onse; fuwulani kwa Mulungu ndi mawu achimwemwe.
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 Ndi woopsadi Yehova Wammwambamwamba; Mfumu yayikulu ya dziko lonse lapansi!
କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
3 Iye anatigonjetsera mitundu yambirimbiri ya anthu; anayika anthu pansi pa mapazi athu.
ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4 Iye anatisankhira cholowa chathu, chonyaditsa cha Yakobo, amene anamukonda. (Sela)
ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। (ସେଲା)
5 Mulungu wakwera, anthu akumufuwulira mwachimwemwe, Yehova wakwera, akumuyimbira malipenga.
ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
6 Imbani matamando kwa Mulungu, imbani matamando; imbani matamando kwa mfumu yathu, imbani matamando.
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।
7 Pakuti Mulungu ndi mfumu ya dziko lonse lapansi; imbirani Iye salimo la matamando.
କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।
8 Mulungu akulamulira mitundu ya anthu; Mulungu wakhala pa mpando wake waufumu woyera.
ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
9 Anthu otchuka mwa anthu a mitundu ina asonkhana monga anthu a Mulungu wa Abrahamu, pakuti mafumu a dziko lapansi ndi ake a Mulungu; Iye wakwezedwa kwakukulu.
ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।

< Masalimo 47 >