< Masalimo 64 >

1 Kwa mtsogoleri wa mayimbidwe. Salimo la Davide. Ndimvereni Mulungu pomwe ndikunena madandawulo anga; tetezani moyo wanga ku chiopsezo cha mdani.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
2 Ndibiseni ku chiwembu cha anthu oyipa, ku gulu laphokoso la anthu ochita zoyipa.
କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3 Iwo amanola malilime awo ngati malupanga, amaponya mawu awo olasa ngati mivi.
ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
4 Iwo amaponya mivi yawo ali pa malo wobisala kwa munthu wosalakwa; amamulasa modzidzimutsa ndi mopanda mantha.
ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
5 Iwo amalimbikitsana wina ndi mnzake pa chikonzero chawo choyipa, amayankhula zobisa misampha yawo; ndipo amati, “Adzayiona ndani?”
ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
6 Iwo amakonzekera zosalungama ndipo amati, “Takonza ndondomeko yabwino kwambiri!” Ndithu maganizo ndi mtima wa munthu ndi zachinyengo.
ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
7 Koma Mulungu adzawalasa ndi mivi; mwadzidzidzi adzakanthidwa.
ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।
8 Iye adzatembenuza milomo yawoyo kuwatsutsa ndi kuwasandutsa bwinja; onse amene adzawaona adzagwedeza mitu yawo mowanyoza.
ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9 Anthu onse adzachita mantha; adzalengeza ntchito za Mulungu ndi kulingalira mozama zomwe Iye wazichita.
ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
10 Lolani wolungama akondwere mwa Yehova ndi kubisala mwa Iye, owongoka mtima onse atamande Iye!
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।

< Masalimo 64 >