< Masalimo 67 >

1 Kwa mtsogoleri wa mayimbidwe. Pa zoyimbira za zingwe. Salimo. Yehova atikomere mtima ndi kutidalitsa, achititse kuti nkhope yake itiwalire.
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। (ସେଲା)
2 Kuti njira zanu zidziwike pa dziko lapansi, chipulumutso chanu pakati pa mitundu yonse.
ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
3 Mitundu ya anthu ikutamandeni Inu Mulungu; mitundu yonse ya anthu ikutamandeni.
ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
4 Mitundu yonse ya anthu isangalale ndi kuyimba mwachimwemwe, pakuti inu mumaweruza mitundu ya anthu mwachilungamo ndi kutsogolera mitundu ya anthu a dziko lapansi.
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। (ସେଲା)
5 Mitundu ya anthu ikutamandeni Inu Mulungu; mitundu yonse ya anthu ikutamandeni.
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 Nthaka yabereka zokolola zake; tidalitseni Mulungu wathu.
ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।
7 Mulungu atidalitse kuti pamenepo malekezero onse a dziko lapansi apembedze Iyeyo.
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।

< Masalimo 67 >