< Masalimo 90 >

1 Pemphero la Mose munthu wa Mulungu. Ambuye, mwakhala muli malo athu okhalamo pa mibado yonse.
ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
2 Mapiri asanabadwe, musanalenge nʼkomwe dziko lapansi ndi dziko lonse, kuyambira muyaya mpaka muyaya Inu ndinu Mulungu.
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
3 Inu mumabwezera anthu ku fumbi, mumati, “Bwerera ku fumbi iwe mwana wa munthu.”
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
4 Pakuti zaka 1,000 pamaso panu zili ngati tsiku limene lapita kapena ngati kamphindi ka usiku.
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
5 Inu mumasesa anthu mʼtulo ta imfa, iwo ali ngati udzu watsopano wa mmawa,
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
6 ngakhale kuti mmawa umaphuka watsopano, pofika madzulo wauma ndi kufota.
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।
7 Ife tathedwa ndi mkwiyo wanu; ndipo taopsezedwa ndi kuyipidwa kwanu.
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
8 Mwayika mphulupulu zathu pamaso panu, machimo athu obisika poonekera pamaso panu.
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
9 Masiku athu onse amatha ali pansi pa ukali wanu; timatsiriza zaka zathu ndi kubuwula.
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
10 Kuchuluka kwa masiku athu ndi 70, kapena 80 ngati tili ndi mphamvu; komabe zaka zonsezi ndi za mavuto ndi nkhawa, zimatha mofulumira ndipo ife timawulukira kutali.
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
11 Kodi ndani amadziwa mphamvu ya mkwiyo wanu? Pakuti ukali wanu ndi waukulu ngati ulemu umene uyenera Inu.
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
12 Tiphunzitseni kuwerenga masiku athu molondola, kuti tikhale ndi mtima wanzeru.
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
13 Lezani mtima Inu Yehova! Kodi mudzatikwiyira mpaka liti? Achitireni chifundo atumiki anu.
ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
14 Mutikhutitse mmawa ndi chikondi chanu chosatha, kuti tiyimbe ndi chimwemwe ndi kukhala okondwa masiku athu onse.
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
15 Tisangalatseni masiku ambiri monga masiku amene mwatisautsa, kwa zaka zambiri monga momwe tinaonera mavuto.
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
16 Ntchito zanu zionetsedwe kwa atumiki anu, kukongola kwanu kwa ana awo.
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
17 Kukoma mtima kwa Ambuye Mulungu wathu kukhale pa ife; tikhazikitsireni ntchito ya manja athu; inde, khazikitsani ntchito ya manja athu.
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

< Masalimo 90 >