< Masalimo 97 >
1 Yehova akulamulira, dziko lapansi lisangalale; magombe akutali akondwere.
ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
2 Mitambo ndi mdima waukulu zamuzungulira; chilungamo ndi kuweruza molungama ndiwo maziko a mpando wake waufumu.
ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
3 Moto umapita patsogolo pake ndi kunyeketsa amaliwongo kumbali zonse.
ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
4 Zingʼaningʼani zake zimawalitsa dziko lonse; dziko lapansi limaona ndipo limanjenjemera.
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5 Mapiri amasungunuka ngati phula pamaso pa Yehova, pamaso pa Ambuye a dziko lonse lapansi.
ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
6 Mayiko akumwamba amalengeza za chilungamo chake, ndipo mitundu yonse ya anthu imaona ulemerero wake.
ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
7 Onse amene amalambira mafano osema amachititsidwa manyazi, iwo amene amanyadira mafano; mulambireni, inu milungu yonse!
ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
8 Ziyoni akumva ndipo akukondwera, midzi ya Yuda ikusangalala chifukwa cha maweruzo anu Yehova.
ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
9 Pakuti Inu Yehova ndi Wammwambamwamba pa dziko lonse lapansi; ndinu wokwezeka kupambana milungu yonse.
କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
10 Iwo amene amakonda Yehova adane ndi zoyipa pakuti Iye amayangʼanira miyoyo ya amene amamukhulupirira ndipo amawapulumutsa mʼdzanja la anthu oyipa
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11 Kuwala kumafika pa anthu olungama, ndi chimwemwe kwa olungama mtima.
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
12 Kondwerani mwa Yehova Inu olungama ndipo tamandani dzina lake loyera.
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।