< Zekariya 7 >

1 Pa chaka chachinayi cha Mfumu Dariyo, pa tsiku lachinayi la Kisilevi, mwezi wachisanu ndi chinayi, Yehova anayankhula ndi Zekariya.
ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
2 Anthu a ku Beteli anali atatuma Sarezeri ndi Regemu-Meleki pamodzi ndi anthu awo, kuti akapemphe chifundo kwa Yehova
ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
3 pokafunsa kwa ansembe a ku Nyumba ya Yehova Wamphamvuzonse ndi aneneri kuti, “Kodi ine ndizilira ndi kusala zakudya pa mwezi wachisanu, monga mmene ndakhala ndikuchitira pa zaka zambiri?”
ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
4 Pamenepo Yehova Wamphamvuzonse anayankhula nane kuti,
ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
5 “Funsa anthu onse a mʼdziko ndi ansembe kuti, ‘Pamene munkasala zakudya pa mwezi wachisanu ndi wachisanu ndi chiwiri pa zaka 70 zapitazi, kodi munkasala chifukwa cha Ine?
ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
6 Ndipo pamene munkadya ndi kumwa, kodi simunkachita zimenezi podzisangalatsa nokha?
ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
7 Kodi awa si mawu amene Yehova ankanena kudzera mwa aneneri oyamba aja pamene Yerusalemu ndi mizinda yake yozungulira anali pa mtendere ndi pa ulemerero, ndi pamene Negevi ndi ku madera akumadzulo a mʼmbali mwa phiri munali anthu?’”
ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
8 Ndipo Yehova anayankhulanso ndi Zekariya kuti,
ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
9 “Yehova Wamphamvuzonse akuti, ‘Muziweruza molungama; muzichitirana chifundo ndi kumverana chisoni.
“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
10 Musamazunze akazi amasiye kapena ana amasiye, alendo kapena osauka. Musamaganizirane zoyipa mʼmitima mwanu.’
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
11 “Koma makolo anu anakana kumvera uthenga umenewu; anawumitsa mtima nandifulatira, natseka makutu awo kuti asamve.
ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
12 Anawumitsa mitima yawo ngati mwala wa sangalabwi ndipo sanamvere lamulo kapena mawu amene Yehova Wamphamvuzonse anawatumiza mwa Mzimu wake kudzera mwa aneneri oyamba aja. Kotero Yehova Wamphamvuzonse anakwiya kwambiri.
ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
13 “‘Pamene ndinawayitana, iwo sanamvere; choncho pamene iwo anandiyitana, Ine sindinamverenso,’ akutero Yehova Wamphamvuzonse.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
14 ‘Ndinawamwaza ndi kamvuluvulu pakati pa mitundu yonse ya anthu, kumene anali alendo. Dziko lawo linatsala litasakazidwa kwambiri kotero kuti palibe amene amabwera kapena kupitamo. Umu ndi mmene anasandutsira dziko labwino kukhala chipululu.’”
ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”

< Zekariya 7 >