< 2 Thusimbu 27 >

1 Jotham chu kum 25 alhinin leng ahung changing Jerusalem mah kum 16 sungin vai ahom min ahi. Anuchu Zadok chanu Jerushah ahi
ଯୋଥମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
2 Ahin apa bang bangin Pakai deilam jeng anabollin ahi, ahinlah apa bangin Hou –in sunga gim namtwi ana halpon ahi. Ahijeng vang'in mipi hochun chonset bol anache lha jingun ahi
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
3 Jotham hin houin kelkotsah lang chu anasemphan chuleh Ophel kiti khopi bang chunga thil lentah anatong doh in ahi
ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
4 Hiche bannajong chun aman Judah molchunga jong khopi tamtah ana sadoh in ahi, chuleh gammang lammajong kulpi leh insang tamtah anasadoh in ahi
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
5 Amahin Amon mite lengpa ana kisat pin anajouvin ahi, hichea kon in Ammon miten kumthum sungin kai hohi ana peovin ahi: Dangka k. g 3400 (Sang thumle jail), suhlou chang Matricton 100, Sakol chang 100
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
6 Jotham min kitahna neitah in Pakai Pathen thu ana ngaijin ahung hatdoh cheh jengtaan ahi
ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
7 Jotham min avaihom sunga agalsatna, avaihom ahinkho sunga thilsoh jouse Israel leh Judah thusim bua kijihlutsoh keijin ahi
ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
8 Jotham chu leng ahung chanchun kum 25 alhingtaan ahi, aman kum 6 sungin vai anahomin ahi
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
9 Ama athiphatnin David khopi a avuijun achapa Ahaz apa khellin leng achangin ahi
ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

< 2 Thusimbu 27 >