< 列王紀上 7 >

1 [建造宮室]此後,撒羅滿為自己建造宮室,十三年方纔完成。
ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
2 他建造的,有黎巴嫩林宮,長一百肘,寬五十肘,高三十肘;有三行香柏木柱子,柱子上端有香柏木托梁。
କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
3 上面蓋上香柏木板;每行十五根柱子,共有四十五根。
ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
4 窗戶有三排,三排窗戶彼此相對。
ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
5 門和窗戶都是方形;三層窗戶都彼此相對。
ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
6 又造了有圓柱的大廳,長五十肘,寬三十肘;大廳前面另有一個廊子,廊子前面有柱子和頂蓋。
ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
7 他又造了一廳,中間設有審判的座位,在那裏審案;從地面到梁,都是用香柏木舖蓋的。
ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
8 廳後的另一院內,有君王住的宮室,建築式樣,完全與審判廳相同;為君王所娶的法郎公主,也建造了與審判廳相同的宮室。
ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
9 從外院直到大院的這一切建築,從地基到屋頂,都是用按尺寸鑿好,用鋸內外鋸平的寶貴石頭建造的。
ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
10 地基也都是用貴重巨大的石頭砌成的,有的十肘長,有的八肘長;
ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
11 上面有按尺寸鑿好的貴重石頭和香柏木。
ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
12 大院四周的牆有三層鑿好的石頭和一層香柏木板;上主的殿宇的內院和殿廊,都包圍在內。兩根銅柱
ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
13 撒羅滿王派人由提洛將希蘭接來。
ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।
14 希蘭是納斐塔里支派一個寡婦的兒子,他父親是提洛的一個銅匠;他多才多藝,會做一切銅工。他來到撒羅滿前,為他做一切工作,
ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
15 鑄了兩根銅柱:一根高十八肘,周徑十二肘,四指厚,中空;另一根也是這樣。
ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
16 製了兩個銅鑄的智頭,安在柱子頂端:一個柱頭五肘,另一個柱頭也高五肘。
ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
17 他又製了兩個銅網,為遮護柱子頂端的柱頭:這一個柱頭有一個銅網,另一個柱頭也有一個銅網。
ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
18 在網子周圍,又製了兩行石榴,遮住柱頭:兩個柱頭都是如此。
ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
19 柱子頂端上的柱頭,刻有百合花形像,四肘高。
ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
20 兩根柱子頂端上的柱頭突起處,網子後面,各有石榴二百個,分行圍繞著。
ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
21 他將兩根柱子豎立在殿廊的前面:給立在右邊的柱子,起名叫雅津;給立在左邊的柱子,起名叫波阿次:
ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।
22 這樣,柱子的工作就算完成了。銅海
ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
23 他又鑄造了一座銅海,圓形,直徑十肘,高五肘,周徑三十肘。
ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
24 銅海邊緣下面周圍有匏瓜,每肘十個,四面圍繞著銅海;匏瓜分成兩行,是鑄銅海時鑄上去的。
ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
25 銅海安放在十二隻銅牛上;三隻向北,三隻向西,三隻向南,三隻向東。銅海安放在牛背上,牛尾朝裏。
ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।
26 銅海厚一掌,邊像杯邊,形似百合花,可容兩千「巴特。」盆與盆座
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
27 又鑄造了十個銅盆座,每個長四肘,寬四肘,高三肘。
ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
28 盆座的造法是這樣:盆座有鑲板,鑲板裝入框架內,
ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
29 在框架中間的鑲板上刻有獅子、牛和革魯賓的形像,在框架上也有雕刻;獅子和牛的形像下,刻有花紋浮雕。
ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
30 每個盆座有四個銅輪和銅軸;盆底有四腳作支柱,支柱是鑄成的;每邊都刻有花紋。
ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
31 盆座的口,從座底至口邊高一肘半;口成圓形,為安放銅盆之用;在口的邊緣上也有雕刻;盆座的鑲板是四方形的,而不是圓形的。
ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।
32 四個輪子是在鑲板之下,輪軸與座底相接;輪子高一肘半。
ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
33 輪子的製法和車輪的製法一樣,輪軸、輪輞、輪輻和輪轂,都是鑄成的。
ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
34 每個盆座有四根支柱支持四角,支柱與盆座是一塊鑄成的。
ପୁଣି, ପ୍ରତ୍ୟେକ ବଇଠିକିର ଚାରି କୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
35 盆座頂上有一個圓架,高半肘;在座頂上有柄,鑲板與座是一塊鑄成的。
ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
36 鑲板壁上刻有革魯賓、獅子和棕樹;四周空處另刻有花紋。
ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
37 十個盆座都是這樣做的:鑄法、尺寸和式樣完全相同。
ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
38 又製了十個銅盆,每個銅盆可容四十「巴特;」每個銅盆高四肘;十個銅盆座上,每個安放一個銅盆。
ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
39 他把盆座,五個放在殿的右邊,五個放在殿的左邊;至於銅海,他放在殿右靠東南方。希蘭所製物品
ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
40 希蘭又製造了鍋、鏟和盤:這樣,希蘭為撒羅滿作完了上主殿宇的一切工作:
ପୁଣି, ହୂରମ୍‍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍‍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
41 計有柱子兩根,柱子頂端球形的柱頭兩個,遮護柱子頂端球形柱頭的網子兩個,
ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
42 兩個網子上的石榴四百個,─每個網子上有兩行石榴,為遮護柱子頂端的兩個球形柱頭,
ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
43 盆座十個,放在座上的盆子十個,
ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
44 銅海一個,銅海下的銅牛十二隻,
ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,
45 鍋鏟和盤:以上一切器皿,都是希蘭給撒羅滿用光滑的銅,為上主的殿製造的,
ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
46 是他在約旦平原,穌苛特與匝爾堂之間,用膠泥模鑄成的。
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
47 撒羅滿沒有秤量這一切器皿,因為銅太多,重量無法計算。
ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହି ସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।
48 以後撒羅滿又製造了上主殿內的一切用具:就是金祭壇,供餅的金桌,
ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
49 內殿前的燈臺,五個在右邊,五個在左邊,都是純金的;還有花蕊、燈盞、燭剪,也是金的。
ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
50 又有盆、刀、碗、杯、火盤,都是純金的;還有內殿既至聖所,和正殿的門樞,都是金的。
ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।
51 撒羅滿就這樣完成了為上主的殿所作的一切工作。撒羅滿將他父親達味所奉獻的銀子、金子和器皿運了來,存放在上主殿宇的府庫內。
ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।

< 列王紀上 7 >