< 約翰三書 1 >

1 我長老致書給可愛的加約,就是我在真理內所愛的。
ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
2 親愛的,祝你諸事順利,並祝你健康,就如你的靈魂常順利一樣。
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
3 有些弟兄來,證明你在真理內,就是說你怎樣在真理內生活,我很是高興。
କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।
4 我聽說我的孩子們在真理內生活,我沒有比這再大的喜樂了。
ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।
5 親愛的,凡你對弟兄,尤其對旅客所行的,都是真信徒的行為。
ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।
6 他們在教會前證明了你的愛德。你若以相稱天主的態度,幫助他們走上旅途,就是做了善事,
ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
7 因為他們出發是為主的名字,並沒有從外教人接受什麼;
ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।
8 所以我們應當款待這樣的人,為叫我們成為與真理合作的人。
ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
9 我給教會寫過信,但是那在他們中間愛作首領的狄約勒斐,卻不承認我們。
ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।
10 為此,我若來到,必要指摘他所行的事,就是他用惡言惡語誹謗我們的事;但這為他還不夠:他自己不款待弟兄們,連那願意款待的,他也加以阻止,甚而將他們逐出教會。
ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।
11 親愛的,你不要效法惡,但要效法善:那行善的是出於天主,那作惡的是沒有見過天主。
ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।
12 眾人和真理本身都給德默特琉作證,我們自己也給他作證,而你也知道我們所作的證是真實的。
ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।
13 我本來有許多事要寫給你,但是我不願意以筆墨給你寫;
ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।
14 只希望快見到你,我們好親口面談。 祝你平安!朋友都問候你。請你也一一問候各位朋友。
ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା। ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ।

< 約翰三書 1 >