< 但以理書 9 >

1 瑪待族的薛西斯的兒子達理阿作加塞色丁國的君王第一年,
ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।
2 在他為王元年,我達尼爾注意了經書中上主對耶肋米亞先知有關年數所說的話,即關於耶路撒冷的荒蕪應滿七十年的事。
ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍‍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
3 我面向吾主天主,以祈禱、懇求、禁食、穿苦衣,頂灰塵,求問他。
ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
4 我哀求上主我的天主而認罪說:「哎! 吾主,偉大可敬畏的天主! 你對那些愛你和遵守你誡命的人,必守約施恩。
ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
5 我們犯了罪,行了不義,作惡反叛,離棄了你的誡命和法令。
ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
6 我們沒有聽從你的眾僕人先知,因你的名向我們的君王,我們的首長,我們的祖先,和全國人民所說的話。
ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
7 吾主,正義歸於你! 而滿面羞愧歸於我們,就如今日歸於猶大人民,歸於耶路撒冷的居民,歸於所有不忠於你而被你驅至各地或遠或近的以色列人一樣。
ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
8 吾主,滿面羞愧歸於我們,歸於我們的君王,歸於我們的首長以及我們的祖先,因為我們犯罪得罪了你,
ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
9 然而慈悲和寬宥應歸於上主我們的天主,因為我們實在都背叛了他,
ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
10 沒有聽從上主我們天主的勸告,也沒有遵行他藉自己的僕人眾先知,向我們所宣示的訓令。
ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।
11 以色列人實在全都違犯離棄了你的法律,沒有聽從你的聲音;因此,在天主的僕人梅瑟的法律上,所記載的咒罵和詛咒,都傾注在我們身上了,因為我們犯罪得罪了他,
ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
12 所以他履行了他對我們和管理我們的官長所說的話:使我們遭受了普天下從未遭受過像耶路撒冷所遭受的這樣大的災難,
ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।
13 全如梅瑟法律上所記載的。這一切災禍都降在我們身上,而我們仍不想平息上主我們天主的義怒,遠離我們的罪惡,明白你的真理;
ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।
14 因此上主注視著災禍,好把它降在我們身上,因為上主我們的天主,在所行的一切作為上是正義的,只是我們仍未聽他的聲音。
ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ।
15 吾主,我們的天主! 你曾以你強有力的手,領你的人民出了埃及地,而彰顯了你的名聲,有如今日;我們現今卻仍然犯罪作惡。
ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
16 吾主,求你照你所有的仁義,使你的忿怒和憤恨離開你的城耶路撒冷,即你的聖山;因為,由於我們的罪過和我們祖先的罪惡,耶路撒冷和你的人民已成了我們四鄰的笑柄。
ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
17 所以,現在,我們的天主! 願你俯聽你僕人的祈禱和哀求! 吾主,為了你自己的緣故,再以你的慈顏光照你現已荒涼的聖所。
ଏହେତୁ ହେ ଆମ୍ଭମାନଙ୍କର ପରମେଶ୍ୱର, ଏବେ ତୁମ୍ଭ ଦାସର ପ୍ରାର୍ଥନା ଓ ବିନତିରେ କର୍ଣ୍ଣପାତ କର ଓ ତୁମ୍ଭର ଏହି ଯେଉଁ ଧର୍ମଧାମ ଧ୍ୱଂସିତ ହୋଇଅଛି, ତହିଁ ପ୍ରତି ପ୍ରଭୁଙ୍କ ସକାଶେ ଆପଣା ମୁଖ ପ୍ରସନ୍ନ କର।
18 我的天主! 求你側耳俯聽,睜眼垂視我們的廢墟,和屬你名下的城市! 我們將我們的哀禱呈於你前,不是因我們的正義,而只是依賴你的大慈大悲。
ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
19 吾主,求你俯聽! 吾主,求你寬宥! 吾主,求你垂聽,迅速實行! 為了你自己的緣故,我的天主,你不要再遲延,因為你的城和你的人民,是屬你名下的。」
ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”
20 我還在陳訴、祈禱和承認我罪及我人民以色列的罪,並為天主的聖山,將我的哀禱陳於上主我的天主面前時,
ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
21 即我還在祈禱傾訴之際,約在晚祭時,先前我在異象中所見的那似人的加俾額爾,急速再向我飛來;
ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।
22 他一來到,就對我說:「達尼爾! 我現在顯現出來,是為叫你完全明白,
ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।
23 當你開始哀求時,便有話傳出,要我前來通知你,因為你是個極可愛的人;所以你應該注意這話,理解這異象! 」「
ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।
24 關於你的人民,和你的聖城已注定了七十個星期,為終止過犯,為結束罪惡,為賠補不義,為帶來永遠的正義,為應驗神視和預言,為給至聖者傅油。
ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
25 你應該知道,也應該明白:自從頒發重建耶路撒冷的命令,直到受傅的君王,共是七個星期;再經六十二個星期,城邑的廣場和溝渠,要重新建起來,且是在困難之時;
ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।
26 六十二個星期之後,一位受傅者雖然無罪,卻要被殺害,且那將要來臨的首領的民族要破壞這城和聖所,但他的結局是在洪流中;直到末期要有戰爭,及決定了的毀滅。
ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
27 在一個星期內,他要使祭祀和供物停止,在聖所內要設立所招致荒涼的可憎之物,直到決定了的毀滅傾注在破壞者的身上。」
ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।”

< 但以理書 9 >