< 以弗所書 5 >
ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
2 又應該在愛德中生活,就如基督愛了我們,且為我們把自己交出,獻於天主作為馨香的供物和祭品。
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
3 至於邪淫,一切不潔和貪婪之事,在你們中間,連提也不要提:如此才合乎聖徒的身份。
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
4 同樣,猥褻、放蕩和輕薄的戲言都不相宜;反要說感恩的話,
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
5 因為你們應該清楚知道:不論是犯邪淫的,行不潔的,或是貪婪的──即崇拜偶像的──在基督和天主的國內,都不得承受產業。
କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।
6 不要讓任何人以浮言欺騙你們,因為就是為了這些事,天主的忿怒才降在這些悖逆之子身上。
କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
8 從你們原是黑暗,但現在你們在主內卻是光明,生活自然要像光明之子一樣;
କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),
ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;
12 因為他們暗中所行的事,就是連提起,也是可恥的。
କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
13 凡一切事,一經指摘,便由光顥露出來的,就成了光明;
କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
14 為此說:『你這睡眠的,醒起來罷! 從死者中起來罷! 基督必要光照你! 』
ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”
15 所以,你們應該細心觀察自己怎樣生活;不要像無知的人,卻要像明智的人;
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
19 以聖詠、詩詞及屬神的歌曲,互相對談,在你們心中歌頌讚美主;
ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
20 為一切事,要因我們的主耶穌基督的名,時時感謝天主父;
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
22 你們作妻子的,應當服從自己的丈夫,如同服從主一樣,
ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,
23 因為丈夫是妻子的頭,如同基督是教會的頭,祂又是這教會的救主。
କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
24 教會怎樣服從基督,作妻子的也應怎樣事事服從丈夫。
ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।
25 你們作丈夫的,應該愛妻子,如同基督愛了教會,並為她捨棄了自己,
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
27 好使她在自己面前呈現為一個光耀的教會,沒有瑕疵,沒有皺紋,或其他類似的缺陷;而使她成為聖潔和沒有污點的。
ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
28 作丈夫的也應當如此愛自己的妻子,如同愛自己的身體一樣;那愛自己妻子的,就愛自己,
ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
29 因為從來沒有人恨過自己的肉身,反而培養撫育它,一如基督之對教會;
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
31 為此,人應離開自己的父母,依附自己的妻子,二人成為一體。』
ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।
ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
33 總之,你們每人應當各愛自己的妻子,就如愛自己一樣;至於妻子,應該敬重自己的丈夫。
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।