< 以斯帖記 4 >

1 摩爾德開一知道所發生的事,就撕裂了自己的衣服,披上苦衣,撒上灰土,走到京城中心,大聲哀號,
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
2 一直走到御門前,因為身披苦衣的,不准進入御門。
ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
3 此時在各省裏,凡是諭文與敕令傳到的地方,猶太人都哀號、禁食、哭泣、悲痛;許多人且身穿苦衣,躺在灰土中。
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
4 艾斯德爾的宮女和太監跑來報告給她,王后得悉,萬分悲傷,立即送衣服去,叫摩爾德開穿上,脫下苦衣;但是他沒有接受。
ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ।
5 艾斯德爾就叫王派來侍候她的太監哈塔客來,吩咐他去見摩爾德開,探聽一下發生了何事,為何如此。
ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
6 哈塔客遂走到御門前的廣場,去見摩爾德開。
ତହିଁରେ ହଥକ୍‍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକବନ୍ଦି ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲେ।
7 摩爾德開便將所遭遇的事,也將哈曼為消滅猶太人給王庫捐獻的銀錢,都詳細告訴了他,
ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍‍ ରାଜଭଣ୍ଡାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲେ, ତାହା ତାହାଙ୍କୁ କହିଲେ।
8 並且把在穌撒已公佈的滅絕猶太人的一分諭文交給他,轉呈艾斯德爾披閱,並請她快去懇求君王為自己的民族求情,且叫他向艾斯德爾說:「請你回憶你孤苦零丁的時候,怎樣在我手下長大成人。如今一人之下的哈曼已求准要處死我們。請你呼求上主,並為我們向君王求情,救我們不死! 」
ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍‍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
9 哈塔客回來,將摩爾德開的話回報給艾斯德爾。
ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।
10 艾斯德爾吩咐哈塔客去回覆摩爾德開說:「
ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,
11 王所有的公卿與各省的百姓都知道,任何人不論男女,未奉召見,而擅入內庭往謁君王的,除非君王向他伸出金杖賜他生存,一律應依法處死。況且我已三十天未蒙召親近君王了。」
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”
12 哈塔客將艾斯德爾的話轉告給摩爾德開。
ସେମାନେ ଏଷ୍ଟରଙ୍କ ଏହି କଥା ମର୍ଦ୍ଦଖୟଙ୍କୁ କହିଲେ।
13 摩爾德開叫他回覆艾斯德爾說:「不要心想,一個猶太人在王宮裏就可保全性命!
ତେଣୁ ମର୍ଦ୍ଦଖୟ ଏଷ୍ଟରଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ଭାବ ନାହିଁ।
14 決不會。在這生死關頭,你若緘默不言,猶太人也必會從別處得到救援和援助。但是,在這光景下,你和你的家族必遭滅亡。誰知你之所以得涉足朝廷,不正是為了挽救現在的危機呢! 」
ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
15 艾斯德爾令人轉告摩爾德開說:「
ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
16 去召集一切住在穌撒的猶太人,為我禁食,三天三夜不吃不喝。同時,我與我的宮女,也同樣禁食;此後,我就越規去見君王,即便我死,死也情願! 」
“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
17 於是摩爾德開走了,進行艾斯德爾所吩咐他的一切事。
ତେଣୁ ମର୍ଦ୍ଦଖୟ ଚାଲିଯାଇ ଏଷ୍ଟରଙ୍କ ସମସ୍ତ ଆଜ୍ଞାନୁସାରେ କର୍ମ କଲେ।

< 以斯帖記 4 >