< 以斯拉記 6 >

1 達理阿王遂下令,檢查在巴比倫貯藏寶物的檔案室。
ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।
2 在厄克巴塔納,即在瑪待省的王堡內,發現了一宗案卷,上邊這樣的記載:「備忘錄:
ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।
3 居魯士王元年,居魯士曾為耶路撒冷天主的殿宇,頒發上諭:殿宇應予重建,為在那裏舉行祭獻,奉獻火祭;殿應高六十肘,寬六十肘,
“କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
4 三層用方石,一層用木料修建;所有費用概出自室。
ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;
5 此外,凡拿步高王取耶路撒冷殿宇,而運到巴比倫的,天主殿宇的那些金銀器,冊都應歸還,送回耶路撒冷的殿宇內,各放在原處,安置在天主的殿宇內。
ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”
6 河西州長塔特乃的同僚官員,應退出那地,
“ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;
7 不可干涉天主殿宇的工程,任憑猶太人的總督和猶太人的長老,在原處重建天主的殿宇。
ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।
8 此外,我且頒下此旨,諭令你們為協助猶太人的長老,修建天主的殿應行的事:由河西收入王室的賦稅,給那些人撥出充分的經費,不得有誤!
ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
9 他們向上天大王,獻全燔祭所需要是牛犢、公綿羊和羔羊,以及麵、鹽、酒和油,應按耶路撒冷的司祭所指定的,每天供應,不得有誤!
ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
10 好使他們向上天的大王,奉獻馨香祭,為君王和王孫的長壽祈禱。
ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।
11 我今頒下此令:凡有敢刪改此令者,應把他屋內的樑木拆出,堅起來,把他懸在上邊;令他的房屋從此成為糞堆。
ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।
12 凡有敢刪改此令,對耶路撒冷的天主殿宇,敢於破壞的王侯和人民,願那使己名住在那裏的天主將他毀滅! 我達理阿頒發此令,應悉依照遵行! 」
ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
13 於是河西長塔特乃和他們的同僚,全照達理阿王所頒佈的,一一遵行。
ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।
14 猶太人的長老遂繼續修建,因著先知哈蓋,和依多的兒子匝利亞的鼓勵,進行的很是順利;如此他們遵照以色列天主的旨意,並按照波斯王居魯士和達理阿的諭令,完成了修殿的工程。
ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
15 聖殿完工的日期,是在達理阿王在位第六年,「阿達爾」月初三日。
ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।
16 以色列子民、司祭、肋未人和其餘由充軍歸來的人,興高彩烈,為天主的殿舉行了奉獻禮。
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।
17 天主聖殿的奉獻禮,奉獻了牛犢一百頭,公綿羊二百隻,羔羊四百隻;又照以色列支派的數目,a了十二隻公山羊,為贖全叵的罪。
ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।
18 他們又派定了司祭,按照他們的編制,肋未人,按照他們的班次,在耶路撒冷值班奉侍天主,全照梅瑟書上所記載的。
ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।
19 由充軍歸來的子民,於正月十四日,舉行了逾越節。
ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।
20 肋未人全都聖潔了自己,他們既已聖潔了,就為所有充軍歸來的人,並為他們的兄弟司祭和自己,宰殺了逾越節羔羊。
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।
21 凡由充軍歸來的以色列子民,並所有戒絕當地民族不潔的人,尋求上主以色列的天主,都吃了逾越節羔羊。
ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।
22 七天之久,歡樂地舉行了無酵節,因為上主使亞述王的心傾向他們,協助了他們修建以色列天主的聖殿,都非常歡樂。
ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।

< 以斯拉記 6 >