< 以賽亞書 36 >
1 在希則克雅為王第十四年,亞述王散乃黑黎布上來攻打猶大的一切堅城,而且都佔領了。
ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
2 亞述王從拉基市打發一位大將軍,帶著大軍到耶路撒冷去見希則克雅王。當大將站在上池溝旁,漂布田間的大路上時,
ତହିଁରେ ଅଶୂରର ରାଜା ରବ୍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
3 出來迎接他的,有希耳克雅的兒子厄里雅金家宰、舍布納書記和阿撒夫的兒子約阿黑史官。
ତେବେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।
4 大將軍對他們說:「你們去告訴希則克雅說:大王,亞述王這樣說:你所依靠的算得什麼依靠,
ତହିଁରେ ରବ୍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
5 你想空口說話就是戰略和戰鬥的力量嗎﹖如今你靠誰來背叛我﹖
ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
6 看哪!你依靠的埃及是一根破裂的蘆杖,誰依靠這杖,它就刺傷誰的手,且把手刺透;埃及王法郎對所有依靠他的人就是這樣。
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
7 假使你們對我說:我們依靠雅威,我們的天主;希則克雅豈不是曾推翻他的高丘和祭壇,且對猶大和耶路撒冷說:你們只應在這祭壇前朝拜﹖
ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
8 如今你可與我的主上亞述王打賭:我給你兩千匹馬,你是否能給這些馬配上騎兵﹖
ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
9 若不能,你怎敢拒絕我主上最小僕人中的一個軍長,而去依靠埃及的戰車和騎兵﹖
ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?
10 現在,我上來攻打毀滅這地,難道不是雅威的意思嗎﹖雅威對我說了:上去,攻打那地,加以毀滅!」
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”
11 厄里雅金、舍布納和約阿黑對大將軍說:「請你對你的僕人說阿剌美話,因為我們都懂;你不要對我們講猶太話,因為城牆上的百姓能聽到。」
ଏଥିରେ ଇଲିୟାକୀମ୍, ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”
12 大將軍回答說:「難道我的主上打發我來只對你的主上和你講這些話,而不是對那些坐在城牆上,和你們一樣吃自己的糞,喝自己的尿的人,講這些話嗎﹖」
ମାତ୍ର ରବ୍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
13 大將軍於是站起來仍用猶太話大聲喊說:「你們聽大王,亞述王的話罷 !
ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
14 大王這樣說:你們別上希則克雅的當,他決不能拯救你們!
ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;
15 也不要讓希則克雅使你們信賴雅威說:雅威必會拯救我們,這城決不會落在亞述王手中!
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।
16 不要聽從希則克雅,因為亞述王曾這樣說了:你們要與我和好,出來歸順我,各人就可以吃自己的葡萄和無花果,各人也可以喝自己井裏的水;
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;
17 直到我來領你們到一個與你們本國一樣的地方去,一個有五穀和新酒的地方,一個有食糧和葡萄園的地方。
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।
18 切不要上希則克雅的當,聽信他說:雅威必拯救我們!萬國的神中有那一個由亞述王手中拯救了自己的國家﹖
ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
19 哈瑪特和阿帕得的神在那裏﹖色法瓦因的神在那裏﹖撒瑪黎雅的神在那裏﹖難道他們由我手中拯救了撒瑪黎雅﹖
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
20 這些地域中的神,有那一個由我手中拯救了自己的國土﹖難道雅威就能由我手中拯救耶路撒冷嗎﹖」
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
21 他們都不作聲,一句話也沒有回答,因為君王有命:「不要回答他。」
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
22 希耳克雅的兒子厄里雅金家宰、舍布納書記和阿撒夫的兒兒子約阿黑史官撕裂了衣服,來見希則克雅,將大將軍的話告訴了他。
ତହିଁରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ।