< 以賽亞書 7 >

1 當烏齊雅的孫子,約堂的兒子阿哈次為猶大王時,阿蘭王勒斤和以色列王勒瑪里雅的兒子培卡黑,上來攻打耶路撒冷,但是不能攻陷。
ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
2 有人報告達味家說:「阿蘭已經駐紮在厄弗辣因!」君王與人民都膽戰心驚,有如風中搖動的樹木。
ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
3 上主對依撒意亞說:「你和你的兒子舍阿爾雅叔布出去,到上池的水溝盡頭,即漂工田間的大道上,去會見阿哈次;
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
4 對他說:你必須審慎,保持鎮定,不必畏懼,不要因那兩個冒煙的火把頭-即勒斤、阿蘭和勒瑪里雅之子-的怒火而膽怯。
ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
5 雖然阿蘭、厄弗辣因和勒瑪里雅的兒子同謀,迫害你說:
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6 我們上猶大去,擾亂她,把她佔領過來歸於我們,並在那裏立塔貝耳的兒子為王;
ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
7 但是吾主上主卻這樣說:這事決不能成立,亦不能發生!
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
8 因為阿蘭的首都是大馬士革,大馬士革的首領是勒斤;
କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9 厄弗辣因的首都是撒瑪黎雅,撒瑪黎雅的首領是勒瑪里雅的兒子。【六年或五年以後,阿蘭將被消滅,厄弗辣因將要衰敗。】假使你們不肯相信,你們必然不能存立。」
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
10 上主又對阿哈次說:「
ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,
11 你向上主你的天主要求一個徵兆罷 !或求諸陰府深處,或求諸上天高處。」 (Sheol h7585)
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” (Sheol h7585)
12 阿哈次回答說:「我不要求,我不願試探上主。」
ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
13 依撒意亞說:「達味的家族,你們聽著罷 !你們使人厭惡還不夠,還要使我的天主厭惡嗎﹖
ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?
14 因此,吾主要親自給你們一個徵兆:看,有位貞女要懷孕生子,給他起名叫厄瑪奴耳。
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
15 到他知道棄惡揚善的時候,要吃乳酪和蜂蜜;
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
16 因為在這孩子尚未知道棄惡擇善以前,你在那兩個君王面前所擔心的國土,必將荒廢。
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
17 上主必使患難的日子臨於你、你的百姓和你的父家身上;這是從厄弗辣因叛離猶大那一天所未有過的,【即亞述王加禍的日子。】
ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”
18 那一日,上主要喚來埃及大河盡頭的蠅和亞述境內的蜂,
ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।
19 牠們將要前來,一起落在荒谷、巖穴,以及一切荊棘叢中和一切水溝上。
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
20 那一日,吾主要用由大河那邊借來的剃刀【即亞述王】剃去你的頭髮和恥毛,連鬍鬚也要刮掉。
ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
21 到那一日,人僅能餵養一隻牛犢和兩隻母山羊,
ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
22 因為出奶很多,人將以乳酪為食,因而境內所有的遺民,都將以乳酪和蜂蜜為食。
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
23 到那一日,先前所有種植一千棵葡萄,值一千塊銀子的地方,必將叢生荊棘和蒺藜。
ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
24 人往那裏去,必須攜帶弓箭,因為遍地都是荊棘和蒺藜。
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
25 先前用鋤頭開墾的山地,沒有人敢到那裏,因為害怕荊棘蒺藜。那裏將成為放牛和羊群踐踏的地區。
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।

< 以賽亞書 7 >