< 耶利米書 42 >
1 眾部隊首領與卡勒亞的兒子約哈南和瑪阿色雅的兒子阿匝黎雅及,不分大小,
ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,
2 前來對耶肋米亞先知說:「願你接受我們對你的請求,請你為我們全體遺民,轉求上主你的天主。我們原來人數眾多,如今只剩下你親眼見的這幾個人了。
“ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
3 惟願上主你的天主指示我們該走的路,和當行的事! 」
ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”
4 耶肋米亞先知答覆他們說:「我聽見了! 好,我願依照你們的話,祈求上主你們的天主;但凡上主答覆的話,我必全告訴你們,不對你們隱瞞什麼。」
ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”
5 他們鑽覆耶肋米亞說:「願上主在我們中間作真實和忠信的見證,如果我們不依照上主你的天主叫你傳給我們的一切話去做。
ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।
6 或好或壞,我們願聽從上主我們天主的話,因為是我們派你去向他祈求;我們聽從了上主我們的天主的話,我們就必順利。」
ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”
ଏଥିଉତ୍ତାରେ ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
8 他便召集卡勒亞的兒子約哈南和隨從他的眾部隊首領以及全體人民,不分大小,
ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
9 對他們說:「你們派我去向他面陳你們的請求的上主,以色列的天主這樣說:
“ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
10 如果你們決意住在這地方,我必建立你們,決不加以破壞;我必栽培你們,決不予以拔除,因為我已後悔給你們所降的災禍。
ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।
11 你們不要害怕你們所害怕的巴比倫王;不要害怕他──上主的斷語──因為有我與你們同在,作你們的救援,從他的手中搶救你們。
ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
12 我必憐恤你們,也叫他憐恤你們,讓你們仍住在你們的國土內。
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।
13 但是,如果你們不聽從上主你們的天主的話,說:我們不願住在這地方;
ମାତ୍ର ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,
14 或說:不,我們要去埃及地,在那裏再見不到戰爭,再聽不到號聲,再不缺乏食糧;我們要去住在那裏!
ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।
15 那麼,猶大的遺民! 請你們聽上主的話。萬軍的上主,以色列的天主這樣說:假使你們決意要往埃及去,在那裏寄居,
ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
16 你們害怕的刀劍,必在埃及地襲擊你們;你們憂慮的饑荒,必在埃及跟蹤你們,使你們死在那裏。
ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।
17 凡決意往埃及去,到那裏寄居的人,必要死於刀劍、饑荒和瘟疫,沒有一人能幸免,逃脫我給他們招來的災禍。
ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।
18 的確,萬軍的上主,以色列的天主這樣說:正如我對耶路撒冷居民曾發怒洩恨;同樣我要對去埃及的你們洩恨,叫你們遭受憎恨、厭惡、詛咒、侮辱,永不再見此地。」
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।
19 「猶大的遺民! 這是上主對你們說的話:不要到埃及去。你們該清楚知道:我今天對你們作證,
ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
20 你們實在是自己欺騙自己;原是你們派我去求問上主你天主說:請你為我們轉求上主我們的天主,凡上主我們的天主說的,你要全告訴我們,我們必依照遵行。
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
21 我今天告訴了你們,你們卻全不聽從上主你們的天主,打發我來告訴你們的話。
ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।
22 現在,你們該知道:在你們要去寄居的地方,你們必死於刀劍、饑荒和瘟疫。」
ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”