< 約伯記 11 >

1 納阿瑪人左法爾發言說:
ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,
2 難道喋喋不休,就不需要答覆﹖難道多嘴多舌的人,就證明有理﹖
“ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?
3 你的空談,豈能叫人緘默﹖你如此謾罵,難道無人使你羞愧﹖
ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?
4 你說過:「我的品行是純潔的,我在你眼中是清白的。」
କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’
5 但願天主講話,開口答覆你!
ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;
6 將智慧的秘密,-即那難以理解的事-啟示給你,那麼你便知道,天主還忽略了你的一些罪過。
ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
7 你豈能探究天主的奧秘,或洞悉全能者的完美﹖
ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇ ପାର?
8 完美高於諸天,你能作什麼﹖深於陰府,你能知道什麼﹖ (Sheol h7585)
ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର? (Sheol h7585)
9 其量長過大地,闊於海洋。
ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ।
10 天主若經過,誰能扣留他﹖他若下了逮捕令,誰能阻擋他﹖
ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?
11 他洞悉人的虛偽,明察人的罪行,且無不注意。
କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି।
12 如此,愚蠢者纔可獲得智慧,野性驢駒纔能變為馴良。
ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ, କିନ୍ତୁ ଯେବେ ବନ୍ୟ ଗର୍ଦ୍ଦଭଶାବକ ମନୁଷ୍ୟକୁ ଜାତ କରିବ।
13 你若居心正直,向他伸開你的雙手;
ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
14 你若將手中的罪惡除掉,不容不義留在你的帳幕內;
ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରିଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;
15 那麼你定能仰首無愧,一定站立穩定,一無所懼;
ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
16 你必能忘卻痛苦,縱然想起,也必似水流去;
ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;
17 你的壽命如日中之光華,縱有陰暗,仍如晨曦。
ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ।
18 因有希望,你纔感覺安全;因有保護,你纔坦然躺臥;
ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।
19 你躺臥,無人敢來擾亂你,反而有多人來奉承你。
ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।
20 然而惡人的眼必要昏花,他們安身之所必全毀壞,他們的希望只在吐出最後的一口氣。
ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”

< 約伯記 11 >