< 約伯記 26 >

1 約伯回答說:
ତହିଁରେ ଆୟୁବ ଉତ୍ତର କରି କହିଲା,
2 無能為力的人,你怎樣援助了他﹖無力的手臂,你怎樣支持了他﹖
“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
3 你給無知的人出過什麼主義,表現了你豐富的智慧﹖
ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4 你說這些話是指教誰﹖從你心裏發出的是什麼精神﹖
ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
5 幽魂在地下打顫,海底與居於海底的,驚恐不已。
“ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
6 陰府在他前面顯露,死域也沒有遮掩。 (Sheol h7585)
ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol h7585)
7 他將北極伸張到太虛,將大地懸於虛無之上。
ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
8 他將水包裹在濃雲中,托水的雲彩卻不破裂。
ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
9 他遮蔽了滿月的面貌,使雲彩散佈其上。
ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
10 在水面上劃了一圓圈,當作光明與黑暗的分界。
ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
11 支天的柱子震動,因他的呵叱而戰慄。
ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
12 他以威力使海洋動盪,以明智擊傷了海怪。
ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
13 他一噓氣,天氣清朗;他親手戮穿了飛龍。
ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
14 看啊! 這只是他行動的一端,我們所聽到的語句,何其細微! 他轟轟烈烈的作為,有誰能明瞭﹖
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”

< 約伯記 26 >