< 約伯記 36 >
2 你且等一會,容我教導你,因為為天主,我還有些話要說。
“ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ୱରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି।
ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି;
କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ। ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି।
5 的確,天主寬宏大量,決不藐視任何人,並且有廣大的同情心。
ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି।
7 他也不剝奪義人的權利。他使君王永久坐在寶座上,但是他們卻驕矜自大;
ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।
8 故此,當他們一旦被鎖鏈束縛,被痛苦的繩索所繫,
ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି,
9 天主就向他們指明他們的惡行,和他們所誇耀的過犯,
ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି।
10 開啟他們的耳朵,以聽訓戒,囑咐他們離開邪惡。
ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି।
11 如果他們服從順命,便能幸福地度過歲月,能安樂地享受天年。
ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।
13 心術敗壞的人,憤怒填胸,縱被囚禁,仍不呼求救助;
ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।
ସେମାନେ ଯୌବନ କାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।
15 所以天主藉痛苦拯救受難的人,以患難開啟他們的耳鼓。
ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି।
16 他也要救你擺脫災難,領你到廣闊自由之地,在你桌上常擺滿肥饌美味;
ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା।
17 無如你判斷與惡人完全一樣,那麼懲罰和判案必集於你身。
ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।
18 小心! 不要讓忿怒引你肆口謾罵,也不要為重罰讓你離棄正道。
କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।
ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ?
ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ।
21 小心! 別傾向不義,因為這正是你遭難的真正原因。
ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ।
ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି?
କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ‘ତୁମ୍ଭେ ଅଧର୍ମ କରିଅଛ?’
ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।
ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ।
26 天主何其偉大,我們不能理解! 他的歲數,無法考究。
ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।
କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ।
ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ।
29 但誰能明瞭雲彩怎樣散布,天幕中怎樣發出隆隆之聲﹖
ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ?
ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି।
କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି।
ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି।
ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି।