< 約拿書 1 >

1 那時,上主的話傳給阿米泰的兒子約納說:
ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 「你起身往尼尼微大城去,向他們宣佈:他們的邪惡已達到我前」。
“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
3 約納卻起身,想躲開上主的面,逃到塔爾史士去:遂下到約培,找到一隻要開往塔爾史士的船,繳了船費,上了船,同他們往塔爾史士去,好躲開上主的面。
ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
4 但是上主卻使海上起了大風,海中風浪大作,那隻船眼看就要被擊破。
ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।
5 水手們都驚慌起來,每人呼求自己的神,並將船上的貨物拋在海裏,為減輕載重。約納卻下到船艙,躺下沈睡了。
ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
6 船長走到他跟前,向他說:「怎麼,你還在睡覺﹖起來! 呼求你的神吧! 你的神也許會眷念我們,使我們不致喪亡」。
ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
7 他們彼此說:「來,我們抽籤,以便知道,我們遇到這場災禍,是因誰的緣故」。他們便抽籤,約納竟抽中了。
ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।
8 他們向他說:「請告訴我們:我們遇到這場災禍,是因什麼緣故﹖你是幹什麼的﹖從那裏來﹖你是什麼地方的人﹖屬於那一個民族﹖」
ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?”
9 他回答他們說:「我是個希伯來人,我敬畏的,是那創造海洋和陸地的上天的上主天主。」
ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”
10 那些人都很害怕,就對他說:「怎麼你做了這事﹖」人們都知道,他是從天主面前逃跑的,因為他已告訴了他們。
ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
11 他們又向他說:「我們該怎樣處置你,才能使海為我們而平靜﹖」因為海越來越洶湧了。
ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
12 他對他們說:「你們舉起我,將我拋在海裏,海就會為你們平靜下來,因為我知道,這場大風暴,臨到你們身上,只是因了我的緣故。」
ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”
13 眾人雖然盡力搖櫓,想回到海岸,卻是不能,因為海上風暴,越來越洶湧。
ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
14 所以他們便呼求上主說:「上主! 求你不要因這一個人的性命,使我們全部喪亡;不要將無辜者的血,歸在我們身上,因為你是上主,就按你的意願作吧! 」
ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”
15 他們於是舉起約納,將他拋在海裏,海遂平靜。
ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
16 眾人都極其敬畏上主,遂向上主祭獻,許下誓願。
ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।
17 上主安排了一條大魚,吞了約納;約納在魚腹裏,三天三夜。
ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।

< 約拿書 1 >