< 路加福音 8 >

1 以後,耶穌走遍各城各村講道,宣傳天主國的喜訊,同祂在一起的有那十二們徒,
ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,
2 還有幾個曾附過惡魔或患病而得治好的婦女,有號稱瑪達肋納的瑪利亞,從她身上趕出了七個魔鬼;
ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍‍ ମଗ୍‌ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ,
3 還有約安納,即黑落德的家宰雇撒的妻子,又有蘇撒納;還有別的許多婦女,她們都用自己的財產資助他們。
ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
4 那時,有大夥群眾聚集了來,並有從各城來到耶穌跟前的,祂就用比喻說:
ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,
5 「有一個撒種子的,出去撒種子;他撒的時候,有的落在路在路旁,就被踐踏了,並有天的飛鳥把它吃了。
“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ।
6 有的落在路在石頭上,一長起來,就乾枯了,因為沒有濕氣。
ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।
7 有的落在荊棘中,荊棘同它一起畏起來,把它窒息了。
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।
8 又有的落在好地裏,長起來,結了百倍的果實。」祂說完這些話,就高呼說:「有耳聽的,就聽吧! 」
ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।”
9 祂的們徒問祂這比喻有什麼意思。
ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ।
10 祂說:「天主國的奧秘,是給你們知道;對於其餘的人,就用比喻,使那看的,卻看不見,聽的,卻聽不懂。
ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”
11 這比喻的意思是:種子是天主的話。
“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,
12 那些在路旁的,是指那人聽了,隨後就有鬼來到,從他們心中把那話奪去,使他們不致信從而得救。
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
13 那在石頭上的,是指那些人,他們聽的時候,高興的接受那話,但這些人沒有根,暫時相信,一到試探的時候,就退避了。
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
14 那落在荊棘中的,是指那些聽了的人,還在中途就被掛慮、錢財及生活的逸樂所蒙蔽,沒有結出成熟的果實。
ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
15 那在好地裏的,是指那些以善良和誠實的心傾聽的人,他們把這話保存起來,以堅忍結出果實。
ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
16 沒有人點上燈,用器皿遮蓋住,或放在床底下的,而是放在燈台上,為叫進來的人看見光明。
“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
17 因為沒有隱藏的事,不成為顯露的;沒有秘密的事,不被知道而公開出來的。
କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
18 所以,你們要留心要怎樣聽;因為凡有的,還要給他,凡沒有的,連他自以為有的,也要從他奪去。」
ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
19 耶穌的母親和兄弟到祂這裏來了,因為人多,不能與祂相會。
ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
20 有人告訴祂說:「你的母親和你的兄弟站在在外邊,願意見你。」
ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।
21 祂卻回答說:「聽了天主的話而實行的,才是我的母親和兄弟。」
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”
22 有一天,耶穌和們徒上了船,對他們說:「我們渡到湖那去。」他們便開了船。
ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।
23 正在航行時,他睡著了。忽然有狂風降到湖上,進入船中的水,使他們處於危險中。
କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
24 們徒們前來叫醒耶穌,說:「老師! 老師! 我們要喪亡了! 」祂醒起來,叱責了狂風和波浪,風浪就止息平靜了。
ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।
25 遂對他們說:「你們的信德在那裏? 」他們又害怕又驚奇,彼此說:「這人到底是誰? 因為祂一出命,風和水也都服從祂。」
ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
26 他們航行到革辣撒人的地方,就是加利肋亞的對面。
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
27 耶穌一上了岸,迎面來了一個那城中附魔的人,他很久不穿衣服,也不住在家裏,而住在墳墓中。
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
28 他一看見耶穌,就喊叫起來,跪伏在祂在面前大聲說:「至高天主之子耶穌,我與你有什麼相干? 我求你不要磨難我! 」
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
29 因為祂曾命令邪魔從那人身上出去,原來邪魔已多次抓住他,他曾被鐵鏈和腳鐐捆縳起來,被看管著;他卻掙斷鐵鏈,被魔鬼趕到荒野中。
କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
30 耶穌問他說:「你叫什麼名字? 」他說:「軍旅。」因為有許多魔鬼進入了他身內。
ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ।
31 魔鬼求耶穌,不要命他們到深淵中去。 (Abyssos g12)
ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ। (Abyssos g12)
32 在那裡有一大群豬在山上牧放著,魔鬼就請求耶穌許他們進入那些豬內;耶穌准許了他們。
ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
33 於是,從那人身上出去,進入豬內,那群豬就從山崖上直衝到湖裏淹死了。
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
34 放豬的看見發生的事,就逃去,到城裏和鄉間傳報開了。
ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ।
35 人就出來看那發生的事,來到耶穌前,發現脫離魔鬼的那人,穿著衣服,神智清醒,坐在耶穌跟前前;他們就害怕起來,
ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
36 那些見過這事的人就對他們述說:那附魔的人怎樣被治好了。
ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।
37 革辣撒所有的人民要尸離開他們,因為他們十分恐懼。祂便上船回去。
ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
38 脫離魔鬼的那人祈求耶穌:要同耶穌在一起;但耶穌打發他回去,說:
କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
39 「你回家去吧!傳述天主為你做了何等大事。」
ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।
40 耶穌回來時,群眾都迎接祂,因為眾人都在等候祂。
ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।
41 來弓一個人,名叫雅依洛,這人是一個會堂長,跪伏在尸腳前,求祂到自己家中去,
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
42 因為他有一個獨生女,約十二歲,快要死了。當耶穌去的時候,眾人都擁擠祂。
କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
43 有一個婦人,十二年來患血漏病,把全部家產都花在醫生身上,卻沒有一個能治好她。
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,
44 她來到耶穌後邊摸了摸祂衣服的繸頭,她的血漏立刻就止住了。
ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
45 耶穌說:「誰摸了我? 」人都否認,伯多祿說:「老師,眾人都在擁擠著你! 」
ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।
46 耶穌卻說:「有人摸了我,因為我覺得有能力從我身上出去了。」
କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।”
47 那婦人看不能隱瞞,就戰戰競競地來跪伏在耶穌跟前,把自己摸祂的緣故和如何立刻病好的事,在眾百姓面前說了出來。
ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।
48 耶穌遂對她說:「女兒,妳的信德救了妳,平安去吧! 」
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।”
49 祂還在話話時,有人從會堂長家裏來說:「你的女兒死了,不必煩勞師傅了。」
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।
50 耶穌聽了,就對他說:「不要害怕,只管信,她必得救。」
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”
51 耶穌到了那家裏,除了伯多祿、若望、雅各伯和女孩子的父母外,不讓任何人同祂進去。
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।
52 眾人都在痛哭哀弔女孩子。祂卻說:「不要哭泣,她並沒有死,只是睡著了。」
ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”
53 那些明知她己死的人,都譏笑祂。
କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
54 耶穌拿起她的手來,喊說:「女孩,起來! 」
ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”
55 她的靈魂回來了,她就立起來了。耶穌吩咐給她吃的。
ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ।
56 她的父母驚訝的出神。耶穌卻警告他們不要傳揚這事。
ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।

< 路加福音 8 >