< 馬太福音 25 >
1 ,天國好比十個童女,拿著自己的燈,出去迎接新郎。
“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ।
ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ,
ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ।
ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ।
କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।
ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ।
8 糊塗的對明智的說:把妳們的油,分些給我們吧!因為我們的燈快要滅了!
କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।
9 明智的答說:怕為我各妳們都不夠,更好妳們到賣油的那裏去,為自己買吧!
ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ।
10 好們去買的時候,新郎到了,那準備好了的,就同他進去,共赴婚宴;門遂關上了。
କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା।
11 末後,其餘的童女也來了,說:主啊!主啊!給我們開門吧!
ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ।
କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ।
13 所以你們該醒寤,因為你們不知道那日子,也不知道那時辰。
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”
14 天國又如一個要遠行的人,將自己的僕人叫來,把財產托付給他們:
“ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ।
15 按照他們的才能,一個給了五個「塔冷通」,一個給了二個,一個給了一個;然後動身走了。
ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।
16 那領了五個「塔冷通」的,立刻去用來營業,另外賺了五個。
ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।
ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।
18 那領了一個的,卻去掘開地,把主人的銀子藏了。
ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା।
ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ।
20 那領了五個「塔冷通」的前來,呈上另外五個「塔冷通」說:主啊!你曾交給我五個「塔冷通」,看,我賺了另外五個「塔冷通」。
ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି।
21 主人對他說:好!善良忠信的僕人,你既在少許事上忠信,我必委派你營理許多大事:進入你主人的福樂吧!
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
22 那領了二個「塔冷通」的也前來說:主啊!你曾交給我兩個「塔冷通」,看,我賺了另外兩個「塔冷通」。
ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି।
23 主人對他說:好!善良忠信的僕人,你既在少許事上忠信,我必委派你營理理許多大事:進入你主人的福樂吧!
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
24 隨後那領了一個「塔冷通」的也前來說:主啊!我原知道你是個刻薄的人,在你沒有下種的地方收割,在你沒有散布的地方聚斂。
ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।
25 因為我害怕,所以我去把你的「塔冷通」藏下地下;看,你的仍還給你。
ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ।
26 主人回答說:可惡懶惰的僕人!你既知道:我在沒有下種的地方收割,在沒有敵布的地方聚斂;
କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
27 那麼,你就該把我銀子,交給錢莊裏的人,待我回來時,把我的連本帶利回。
ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି।
28 所以,你們這個「塔冷通」從他手中奪過來,給那有了十個「塔冷通」的,
‘ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ।
29 因為凡是有的,還要給他,叫他富裕;那沒有的,連他所有的,也要由他手中奪去。
କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
30 至於這無用的僕人,你們把他丟在外面的黑暗中,在那裏必有哀號和切齒。
ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”
31 當人子在自己的光榮中,與眾天使一同降來時,那時,衪要坐在光榮的寶座上,
“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
32 一切民族,都要聚在衪面前;衪要把他們彼此分開如同牧人分開綿羊和山羊一樣。
ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,
ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।
34 那時,君王要對那些在衪右邊的說:我父所祝福的,你們來吧!承受自創世以來,給你們預備了的國度吧!
ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
35 因為我餓了,你們給了我吃的;我渴了,你們給了我喝的;我作客,你們收留了我;
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
36 我赤身露體,你們給了我穿的;我患病,你們看顧了我;我在監裏,你們來探了我。
ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।
37 那時,義人回答衪說:主啊!我們什麼時候見了你饑餓而供養了你,或口渴而給了你喝的?
ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ?
38 我們什麼時候見了你作客,而收留了你,或赤身露體而給了你穿的?
ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ?
39 我們什麼時候見了你患病,或在監裏而來探望過你?
ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ?
40 君王便回答他門說:我實在告訴你們:凡你們對我這些最小兄弟中的一個所做的,就是對我做的。
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
41 然後衪又對那些在衪左邊的說:可咒罵的,離開我,到那給魔鬼和他的使者預備的永火裏去吧! (aiōnios )
ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, (aiōnios )
42 因為我餓了,你們沒有給我吃的;我渴了,你們沒有我喝的;
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;
43 我作客,你你們沒有收留我;我赤身露身,你們沒有給我穿的;我患病或在監裏,你們沒有來探望我。
ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ।
44 那時,他們也要回答說:主啊!我們幾時見了你飢餓,或口渴,或作客,或赤身露體,或有病,或坐監,而我們沒有給你效勞?
ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
45 那時君王回答們們說:我實在告訴你們:凡你們沒有給這些最小中的一個所做的,便是沒有給我做。
ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
46 這些人要進入永罰,而那些義人卻要進入求生。」 (aiōnios )
ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।” (aiōnios )