< 箴言 8 >

1 智慧不是在呼喚,明智不是在發出她的呼聲嗎﹖
ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?
2 她站在高崗上,站在通衢大道上,
ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3 她在城門口,在城入口處大聲喊說:
ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4 人呀! 我在向你們呼喚,我在對人子發出呼聲:
“ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
5 幼稚的人,你們應學習機智;愚昧的人,你們應學習聰明。
ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6 你們且聽,因為我要講論卓絕的事,開口述說正直的事。
ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
7 的確,我的口只暢談真理,我厭惡虛詐的唇舌。
ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।
8 凡我口述的,無不正直,毫無歪曲或乖僻。
ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ବା କୁଟିଳ କିଛି ନାହିଁ।
9 我的話為明白的人是誠實的,為有智識的人是正確的。
ଯେ ତାହା ବୁଝେ, ତାହା ପ୍ରତି ସେହି ସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
10 你們應聽取我的教訓,而不要銀子;應汲取智識,而不取純金;
ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
11 因為智慧勝過任何珍珠,任何可貪戀的事都不能與她倫比。
ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
12 我──智慧──與機智同居,擁有知識和見識。
ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13 敬畏上主,就是憎恨邪惡傲慢驕橫,邪惡的行徑和欺詐的口舌,我都憎惡。
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
14 機謀才智,屬我所有;聰明勇敢,亦屬於我。
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋʼ ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼ ଠାରେ ବଳ ଅଛି।
15 藉著我,君王執政,元首秉公行義;
ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
16 藉著我,統治者統治,王侯治理邦土。
ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
17 我愛那愛我的人;凡尋求我的,必找著我。
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
18 富貴榮譽,恒產正義,都屬我有。
ମୋʼ ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
19 我的果實,勝過黃金純金;我的出產,比淨銀還要寶貴。
ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20 我走在正義的路上,走在公平的路上,
ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21 使愛我者獲得產業,充滿他們的寶庫。
ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
22 上主自始即拿我作他行動的起始,作他作為的開端:
ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 大地還沒有形成以前,遠自太古,從無始我已被立;
ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 深淵還沒有存在,水泉還沒有湧出以前,我已受生;
ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25 山嶽還沒有奠定,丘陵還沒有存在以前,我已受生。
ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26 那時,上主還沒有創造大地、原野、和世上土壤的原質;
ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
27 當他建立高天時,我已在場;當他在深淵之上劃出穹蒼時,
ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
28 當他上使穹蒼穩立,下使淵源固定時,
ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
29 當他為滄海劃定界限,令水不要越境,給大地奠定基礎時,
ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
30 我已在他身旁,充作技師。那時,我天天是他的喜悅,不斷在他前歡躍,
ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
31 歡躍於塵寰之間,樂與世人共處。
ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
32 那麼,我兒,你們且聽我:遵循我道路的人是有福的。
ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
33 你們該聽從教訓,做一智慧人,不要把她拋棄。
ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
34 凡聽從我言,天天在我門前守候,在我門框旁侍立的人,是有福的。
ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
35 因為誰找到我,便是找到生命,他必由上主獲得恩寵。
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
36 但是那得罪我的,等於傷害自己;凡憎恨我的,是自找死亡。
ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”

< 箴言 8 >