< 詩篇 135 >

1 阿肋路亞!上主的眾僕請讚頌,請讚頌上主的聖名!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
2 您們服役於上主聖殿的,您們侍立在我主前庭的,
ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
3 請歌頌上主,因為上主是美善的,歌詠祂的名,因祂的名是甘甜的。
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।
4 雅各伯原是上主所選,以色列永遠作祂自己的家產。
ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
5 我確實知道,上主偉大無比!我們的上主,超越所有神祇!
କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।
6 上天及下地,海洋深淵的任何化工,上主只要願意,無一不由祂造成。
ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
7 祂使雲彩由地面現露,祂使電光閃爍而成雨,祂使清風由寶庫發出。
ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
8 祂將埃及的人和牲畜,凡首生者都一起殺戮。
ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
9 埃及!祂在您內行了奇蹟異能,懲罰了法郎和他的萬眾臣。
ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
10 祂擊敗了列國的萬民,祂殺死了強盛的國君:
ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
11 阿摩黎王息紅、巴商王敖格,以及客納罕地的王侯官吏。
ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
12 祂將他們的土地變作產業,賜給了自己的人民以色列。
ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
13 上主,您的聖名千秋留存,上主,您的記念,萬世常新。
ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।
14 因為上主護衛自己的百姓,對自己的僕人們表示憐憫。
ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
15 異民的偶像,無非金銀,只是人手中的製造品:
ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
16 偶像有口,而不能言;偶像有眼,而不能看;
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
17 偶像有耳,而聽不見;偶像有鼻,而無氣喘。
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
18 鑄造偶像的人,將與偶像同亡,凡信賴偶像的人,也將是一樣。
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
19 以色列家族,請讚頌上主!亞郎家族,請讚頌上主!
ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
20 肋末的家族,請讚頌上主!敬愛上主的人讚頌上主!
ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
21 住在耶路撒冷的君王,願他由熙雍承受讚頌!
ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< 詩篇 135 >