< 詩篇 144 >
1 上主,我的磐石,他應該常受頌讚!他教我的手能鬥,教我的指能戰。
ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
2 他是我的力量,我的堡壘,他是我的干城,我的救主,我的盾牌及我的避難所,他使萬民都來屈服於我。
ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।
3 上主,世人算什麼,您竟眷顧他,人子算什麼您竟懷念他?
ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
5 上主,求您將天低垂,親自降凡,您一觸摸群山,群山立即冒煙。
ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
6 求您發出閃電,將敵人驅散,求您把箭射出,使他們混亂。
ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।
7 求您自高處伸出您的手,救拔我,求您由洪水和外人手中,拯救我!
ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
8 他們的口舌只說虛言謊語,只是為發假誓而舉起右手。
ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
9 天主,我要向您高唱新曲,我要彈十絃琴向您詠奏。
ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
10 是您賜給君王獲得了勝利,是您拯救了您的僕人達味。
ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
11 求您由凶險的刀劍救拔我,求您由外人的手掌拯救我!他們的口舌只說虛言謊語,只是為發假誓而舉起右手。
ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
12 願我們的兒子們,從幼就像茂盛的果樹,願我們的女兒們,像宮殿中雕刻的砥柱!
ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
13 願我們倉廩裡的各種食糧常滿,願我們牧場上的羊群,蕃殖億萬!
ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
14 願我們的牲畜常滿載重量,城牆沒有缺口也沒有逃亡,我們的街市中也沒有悲傷。
ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
15 身逢這些福樂的百姓,真是有福,認上主為天主的人民,真是有福。
ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!