< 詩篇 20 >
1 【求賜君王勝利】 達味詩歌,交與樂官。 願上主在憂患之日,俯允你,願雅各伯的天主,保祐你!
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; (ସେଲା)
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
5 我們要因你的勝利歡舞,奉我們天主的名豎立旗鼓:我的一切請求,願上主成就!
ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
6 我深信上主必賞祂的受傅者獲勝,以無敵右手救拯,從神聖的高天俯聽。
ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
7 他們或仗恃戰車,他們或仗恃戢馬;我們只以上主,我們天主的名自誇。
କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
9 上主,求你賜給君王獲勝,我們求您時,請您俯允我們。
ହେ ସଦାପ୍ରଭୋ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।