< 詩篇 49 >

1 科辣黑後裔歌,用高音,交與樂官。 關於這事,請萬民都要靜聽,普世居民,請你們側耳細聽,
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2 不論貧富無分縉紳百姓,請你們都一一側耳聆聽。
ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
3 我的口要宣講智慧,我的心要思念哲理。
ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4 我要側耳恭聽諺語,我要鼓琴解釋隱語。
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5 當陷害我者的毒謀圍我時,在我困厄的日期,我有何所懼?
ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6 因為他們只知依恃財產的富足,他們只會誇耀自己金錢的豐裕;
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7 但是金錢不能使任何人得救,決不能把人的贖債還給天主,
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8 因為人命的贖債非常昂貴,任何金錢也決不足以贖回,
କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9 不能使人生存久長,不能使人不見死亡。
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10 你看,智者死去,愚昧者也同樣沉淪,他們都將自己的財產遺留給別人。
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
11 他們雖然曾以自己的名號,給一些地方命名,但是他們永久的住宅,萬代的居所卻是墳塋。
ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12 人在富貴中絕不能久長,將與牲畜無異,同樣死亡。
ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13 這就是自滿昏愚者的終途,這就是自誇幸運者的末路。
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। (ସେଲା)
14 他們就如羊群一般被人趕入深坑,死亡要牧放他們,義人要主宰他們。他們的容貌即刻色衰,陰間將是他們的住宅。 (Sheol h7585)
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। (Sheol h7585)
15 但是天主必救我靈脫離陰府,因為祂要把我接走。 (Sheol h7585)
ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। (ସେଲା) (Sheol h7585)
16 不要嫉妒他人變成富翁,不要忌恨他人家產倍增;
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17 因為他死時什麼也不能帶走,他的財產也不能隨著他同去。
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।
18 他在生時雖我陶醉說:「只要你幸福,人必誇讚你。」
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19 他終要回去和他的祖先相逢,永永遠遠他再不能看到光明。
ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
20 人在富貴中,不深思遠慮,將與牲畜無異,都要死去
ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।

< 詩篇 49 >