< 提多書 1 >
1 天主的僕人,作耶穌基督宗徒的保祿──為引天主所選的人,去信從並認識合乎虔敬的真理,
ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,
2 這虔敬是本於永生的希望,又是那不能說謊的天主,在久遠的時代以所預前許的, (aiōnios )
ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;
3 衪到了適當的時期,就藉著宣講顯示了衪的聖道;我就是照我們救主天主的命令,受乎委托盡這宣講的職務。──
ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି। (aiōnios )
4 我保祿致書給在共同信仰內作我真子的弟鐸:願恩寵與平安由天主父及我們的救主基督耶穌賜與你。
ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
5 我留你在克里特,是要你整頓那些尚未完成的事,並照我所吩咐你的,在各城設立長老:
ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
6 長老應是無可指摘的,只做過一個妻子的丈夫,所有的子女都是信徒,又沒有被控告為放蕩不羈的,
ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।
7 因為做監督的,既是天主的管家,就該是可指摘的、不自負、不發怒、不嗜酒、不暴戾、不貪污;
କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,
ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
9 堅持那合乎真理的真道,好能以健全的道理勸戒並駁斥抗辯的人。
ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
10 實在許多倘不服從,好空談,欺騙人,尤其是那些受過割損的人;
କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
11 應杜塞這些人的口,因為他們為了可恥的利潤,竟教導那些不教導的事,破壞人的整個家庭。
ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
12 克里特人中一個人,他們自己的一位先知曾這樣說:「克里特人常是些說謊者,是些可惡的野獸,貪口腹的懶惰漢。」
ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।
13 這話說得很對。為此你們該嚴厲規勸他們,好叫他們在信德上健全無瑕;
ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
14 不要聽信猶太人的無稽傳說,和背棄真理之人的規定。
ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
15 為潔淨人一切都是潔淨的,但為敗壞的人和無信仰的人,沒有一樣是潔淨的,就連他們的理性和良心都是污穢的。
ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
16 這樣人自稱認識天主,但在行為上卻否認天主,他們是可憎惡的,悖逆的,在一切善事上是無用的。
ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।