< 撒母耳记上 6 >

1 耶和华的约柜在非利士人之地七个月。
ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।
2 非利士人将祭司和占卜的聚了来,问他们说:“我们向耶和华的约柜应当怎样行?请指示我们用何法将约柜送回原处。”
ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।”
3 他们说:“若要将以色列 神的约柜送回去,不可空空地送去,必要给他献赔罪的礼物,然后你们可得痊愈,并知道他的手为何不离开你们。”
ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”
4 非利士人说:“应当用什么献为赔罪的礼物呢?”他们回答说:“当照非利士首领的数目,用五个金痔疮,五个金老鼠,因为在你们众人和你们首领的身上都是一样的灾。
ତହୁଁ ସେମାନେ ପଚାରିଲେ, “ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା?” ଏଥିରେ ସେମାନେ କହିଲେ, “ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।
5 所以当制造你们痔疮的像和毁坏你们田地老鼠的像,并要归荣耀给以色列的 神,或者他向你们和你们的神,并你们的田地,把手放轻些。
ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।
6 你们为何硬着心像埃及人和法老一样呢? 神在埃及人中间行奇事,埃及人岂不释放以色列人,他们就去了吗?
ଯେପରି ମିସରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ିଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ?
7 现在你们应当造一辆新车,将两只未曾负轭有乳的母牛套在车上,使牛犊回家去,离开母牛。
ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;
8 把耶和华的约柜放在车上,将所献赔罪的金物装在匣子里,放在柜旁,将柜送去。
ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ।
9 你们要看看:车若直行以色列的境界到伯·示麦去,这大灾就是耶和华降在我们身上的;若不然,便可以知道不是他的手击打我们,是我们偶然遇见的。”
ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”
10 非利士人就这样行:将两只有乳的母牛套在车上,将牛犊关在家里,
ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।
11 把耶和华的约柜和装金老鼠并金痔疮像的匣子都放在车上。
ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।
12 牛直行大道,往伯·示麦去,一面走一面叫,不偏左右。非利士的首领跟在后面,直到伯·示麦的境界。
ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
13 伯·示麦人正在平原收割麦子,举目看见约柜,就欢喜了。
ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।
14 车到了伯·示麦人约书亚的田间,就站住了。在那里有一块大磐石,他们把车劈了,将两只母牛献给耶和华为燔祭。
ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।
15 利未人将耶和华的约柜和装金物的匣子拿下来,放在大磐石上。当日伯·示麦人将燔祭和平安祭献给耶和华。
ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।
16 非利士人的五个首领看见,当日就回以革伦去了。
ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।
17 非利士人献给耶和华作赔罪的金痔疮像,就是这些:一个是为亚实突,一个是为迦萨,一个是为亚实基伦,一个是为迦特,一个是为以革伦。
ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;
18 金老鼠的数目是照非利士五个首领的城邑,就是坚固的城邑和乡村,以及大磐石。这磐石是放耶和华约柜的,到今日还在伯·示麦人约书亚的田间。
ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।
19 耶和华因伯·示麦人擅观他的约柜,就击杀了他们七十人;那时有五万人在那里。百姓因耶和华大大击杀他们,就哀哭了。
ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।
20 伯·示麦人说:“谁能在耶和华这圣洁的 神面前侍立呢?这约柜可以从我们这里送到谁那里去呢?”
ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”
21 于是打发人去见基列·耶琳的居民,说:“非利士人将耶和华的约柜送回来了,你们下来将约柜接到你们那里去吧!”
ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”

< 撒母耳记上 6 >