< 历代志下 31 >
1 这事既都完毕,在那里的以色列众人就到犹大的城邑,打碎柱像,砍断木偶,又在犹大、便雅悯、以法莲、玛拿西遍地将邱坛和祭坛拆毁净尽。于是以色列众人各回各城,各归各地。
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।
2 希西家派定祭司利未人的班次,各按各职献燔祭和平安祭,又在耶和华殿门内事奉,称谢颂赞耶和华。
ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ।
3 王又从自己的产业中定出分来为燔祭,就是早晚的燔祭和安息日、月朔,并节期的燔祭,都是按耶和华律法上所载的;
ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।
4 又吩咐住耶路撒冷的百姓将祭司、利未人所应得的分给他们,使他们专心遵守耶和华的律法。
ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।
5 谕旨一出,以色列人就把初熟的五谷、新酒、油、蜜,和田地的出产多多送来,又把各物的十分之一送来的极多。
ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।
6 住犹大各城的以色列人和犹大人也将牛羊的十分之一,并分别为圣归耶和华—他们 神之物,就是十分取一之物,尽都送来,积成堆垒;
ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।
ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ।
8 希西家和众首领来,看见堆垒,就称颂耶和华,又为耶和华的民以色列人祝福。
ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।
ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,
10 撒督家的大祭司亚撒利雅回答说:“自从民将供物送到耶和华殿以来,我们不但吃饱,且剩下的甚多;因为耶和华赐福给他的民,所剩下的才这样丰盛。”
ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”
11 希西家吩咐在耶和华殿里预备仓房,他们就预备了。
ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।
12 他们诚心将供物和十分取一之物,并分别为圣之物,都搬入仓内。利未人歌楠雅掌管这事,他兄弟示每为副管。
ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।
13 耶歇、亚撒细雅、拿哈、亚撒黑、耶利末、约撒拔、以列、伊斯玛基雅、玛哈、比拿雅都是督理,在歌楠雅和他兄弟示每的手下,是希西家王和管理 神殿的亚撒利雅所派的。
ପୁଣି, ଯିହୀୟେଲ ଓ ଅସସୀୟ, ନହତ୍, ଅସାହେଲ, ଯିରେମୋତ୍, ଯୋଷାବଦ୍, ଇଲୀୟେଲ୍, ଯିଷ୍ମଖୀୟ, ମାହତ୍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ।
14 守东门的利未人音拿的儿子可利,掌管乐意献与 神的礼物,发放献与耶和华的供物和至圣的物。
ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।
15 在他手下有伊甸、珉雅珉、耶书亚、示玛雅、亚玛利雅、示迦尼雅,在祭司的各城里供紧要的职任,无论弟兄大小,都按着班次分给他们。
ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
16 按家谱,三岁以外的男丁,凡每日进耶和华殿、按班次供职的,也分给他;
ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;
17 又按宗族家谱分给祭司,按班次职任分给二十岁以外的利未人,
ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
18 又按家谱计算,分给他们会中的妻子、儿女;因他们身供要职,自洁成圣。
ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;
19 按名派定的人要把应得的分给亚伦子孙,住在各城郊野、祭司所有的男丁和一切载入家谱的利未人。
ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।
20 希西家在犹大遍地这样办理,行耶和华—他 神眼中看为善为正为忠的事。
ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
21 凡他所行的,无论是办 神殿的事,是遵律法守诫命,是寻求他的 神,都是尽心去行,无不亨通。
ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।