< 以赛亚书 39 >

1 那时,巴比伦王巴拉但的儿子米罗达·巴拉但听见希西家病而痊愈,就送书信和礼物给他。
ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
2 希西家喜欢见使者,就把自己宝库的金子、银子、香料、贵重的膏油,和他武库的一切军器,并所有的财宝都给他们看;他家中和全国之内,希西家没有一样不给他们看的。
ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
3 于是先知以赛亚来见希西家王,问他说:“这些人说什么?他们从哪里来见你?”希西家说:“他们从远方的巴比伦来见我。”
ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
4 以赛亚说:“他们在你家里看见了什么?”希西家说:“凡我家中所有的,他们都看见了;我财宝中没有一样不给他们看的。”
ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
5 以赛亚对希西家说:“你要听万军之耶和华的话:
ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
6 日子必到,凡你家里所有的,并你列祖积蓄到如今的,都要被掳到巴比伦去,不留下一样;这是耶和华说的。
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
7 并且从你本身所生的众子,其中必有被掳去、在巴比伦王宫里当太监的。”
ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
8 希西家对以赛亚说:“你所说耶和华的话甚好,因为在我的年日中必有太平和稳固的景况。”
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”

< 以赛亚书 39 >