< 弥迦书 2 >

1 祸哉,那些在床上图谋罪孽、造作奸恶的! 天一发亮,因手有能力就行出来了。
ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
2 他们贪图田地就占据, 贪图房屋便夺取; 他们欺压人,霸占房屋和产业。
ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
3 所以耶和华如此说: 我筹划灾祸降与这族; 这祸在你们的颈项上不能解脱; 你们也不能昂首而行, 因为这时势是恶的。
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ।
4 到那日,必有人向你们提起悲惨的哀歌, 讥刺说:我们全然败落了! 耶和华将我们的分转归别人, 何竟使这分离开我们? 他将我们的田地分给悖逆的人。
ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”
5 所以在耶和华的会中, 你必没有人拈阄拉准绳。
ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।
6 他们说:你们不可说预言; 不可向这些人说预言, 不住地羞辱我们。
ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।
7 雅各家啊,岂可说耶和华的心不忍耐吗? 这些事是他所行的吗? 我—耶和华的言语岂不是与行动正直的人有益吗?
ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?
8 然而,近来我的民兴起如仇敌, 从那些安然经过不愿打仗之人身上剥去外衣。
ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
9 你们将我民中的妇人从安乐家中赶出, 又将我的荣耀从她们的小孩子尽行夺去。
ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ।
10 你们起来去吧! 这不是你们安息之所; 因为污秽使人毁灭, 而且大大毁灭。
ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।
11 若有人心存虚假,用谎言说: 我要向你们预言得清酒和浓酒。 那人就必作这民的先知。
ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।
12 雅各家啊,我必要聚集你们, 必要招聚以色列剩下的人, 安置在一处,如波斯拉的羊, 又如草场上的羊群; 因为人数众多就必大大喧哗。
ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
13 开路的在他们前面上去; 他们直闯过城门,从城门出去。 他们的王在前面行; 耶和华引导他们。
ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।

< 弥迦书 2 >