< 民数记 13 >
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “你打发人去窥探我所赐给以色列人的迦南地,他们每支派中要打发一个人,都要作首领的。”
“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
3 摩西就照耶和华的吩咐从巴兰的旷野打发他们去;他们都是以色列人的族长。
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ।
ସେମାନଙ୍କର ନାମ ଏହି: ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;
ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
11 约瑟的子孙,属玛拿西支派的有稣西的儿子迦底。
ଯୋଷେଫ-ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି;
ଗାଦ୍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।
16 这就是摩西所打发、窥探那地之人的名字。摩西就称嫩的儿子何希阿为约书亚。
ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।
17 摩西打发他们去窥探迦南地,说:“你们从南地上山地去,
ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
18 看那地如何,其中所住的民是强是弱,是多是少,
ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
20 又看那地土是肥美是瘠薄,其中有树木没有。你们要放开胆量,把那地的果子带些来。”(那时正是葡萄初熟的时候。)
ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।
21 他们上去窥探那地,从寻的旷野到利合,直到哈马口。
ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
22 他们从南地上去,到了希伯 ;在那里有亚衲族人亚希幔、示筛、挞买。(原来希伯 城被建造比埃及的锁安城早七年。)
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
23 他们到了以实各谷,从那里砍了葡萄树的一枝,上头有一挂葡萄,两个人用杠抬着,又带了些石榴和无花果来。(
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
24 因为以色列人从那里砍来的那挂葡萄,所以那地方叫做以实各谷。)
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
26 到了巴兰旷野的加低斯,见摩西、亚伦,并以色列的全会众,回报摩西、亚伦,并全会众,又把那地的果子给他们看;
ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।
27 又告诉摩西说:“我们到了你所打发我们去的那地,果然是流奶与蜜之地;这就是那地的果子。
ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
28 然而住那地的民强壮,城邑也坚固宽大,并且我们在那里看见了亚衲族的人。
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
29 亚玛力人住在南地;赫人、耶布斯人、亚摩利人住在山地;迦南人住在海边并约旦河旁。”
ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
30 迦勒在摩西面前安抚百姓,说:“我们立刻上去得那地吧!我们足能得胜。”
ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”
31 但那些和他同去的人说:“我们不能上去攻击那民,因为他们比我们强壮。”
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”
32 探子中有人论到所窥探之地,向以色列人报恶信,说:“我们所窥探、经过之地是吞吃居民之地,我们在那里所看见的人民都身量高大。
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
33 我们在那里看见亚衲族人,就是伟人;他们是伟人的后裔。据我们看,自己就如蚱蜢一样;据他们看,我们也是如此。”
ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”