< 民数记 27 >

1 属约瑟的儿子玛拿西的各族,有玛拿西的玄孙,玛吉的曾孙,基列的孙子,希弗的儿子西罗非哈的女儿,名叫玛拉、挪阿、曷拉、密迦、得撒。她们前来,
ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
2 站在会幕门口,在摩西和祭司以利亚撒,并众首领与全会众面前,说:
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
3 “我们的父亲死在旷野。他不与可拉同党聚集攻击耶和华,是在自己罪中死的;他也没有儿子。
“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।
4 为什么因我们的父亲没有儿子就把他的名从他族中除掉呢?求你们在我们父亲的弟兄中分给我们产业。”
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
5 于是,摩西将她们的案件呈到耶和华面前。
ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
6 耶和华晓谕摩西说:
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
7 “西罗非哈的女儿说得有理。你定要在她们父亲的弟兄中,把地分给她们为业;要将她们父亲的产业归给她们。
“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
8 你也要晓谕以色列人说:‘人若死了没有儿子,就要把他的产业归给他的女儿。
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
9 他若没有女儿,就要把他的产业给他的弟兄。
ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
10 他若没有弟兄,就要把他的产业给他父亲的弟兄。
ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
11 他父亲若没有弟兄,就要把他的产业给他族中最近的亲属,他便要得为业。’这要作以色列人的律例典章,是照耶和华吩咐摩西的。”
ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
12 耶和华对摩西说:“你上这亚巴琳山,观看我所赐给以色列人的地。
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
13 看了以后,你也必归到你列祖那里,像你哥哥亚伦一样。
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।
14 因为你们在寻的旷野,当会众争闹的时候,违背了我的命,没有在涌水之地、会众眼前尊我为圣。”(这水就是寻的旷野加低斯米利巴水。)
ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
15 摩西对耶和华说:
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
16 “愿耶和华万人之灵的 神,立一个人治理会众,
“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
17 可以在他们面前出入,也可以引导他们,免得耶和华的会众如同没有牧人的羊群一般。”
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
18 耶和华对摩西说:“嫩的儿子约书亚是心中有圣灵的;你将他领来,按手在他头上,
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
19 使他站在祭司以利亚撒和全会众面前,嘱咐他,
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।
20 又将你的尊荣给他几分,使以色列全会众都听从他。
ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।
21 他要站在祭司以利亚撒面前;以利亚撒要凭乌陵的判断,在耶和华面前为他求问。他和以色列全会众都要遵以利亚撒的命出入。”
ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
22 于是摩西照耶和华所吩咐的将约书亚领来,使他站在祭司以利亚撒和全会众面前,
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
23 按手在他头上,嘱咐他,是照耶和华借摩西所说的话。
ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

< 民数记 27 >