< 诗篇 27 >
1 大卫的诗。 耶和华是我的亮光,是我的拯救, 我还怕谁呢? 耶和华是我性命的保障, 我还惧谁呢?
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?
2 那作恶的就是我的仇敌, 前来吃我肉的时候就绊跌仆倒。
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
3 虽有军兵安营攻击我,我的心也不害怕; 虽然兴起刀兵攻击我,我必仍旧安稳。
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
4 有一件事,我曾求耶和华,我仍要寻求: 就是一生一世住在耶和华的殿中, 瞻仰他的荣美,在他的殿里求问。
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
5 因为我遭遇患难,他必暗暗地保守我; 在他亭子里,把我藏在他帐幕的隐密处, 将我高举在磐石上。
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
6 现在我得以昂首,高过四面的仇敌。 我要在他的帐幕里欢然献祭; 我要唱诗歌颂耶和华。
ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
7 耶和华啊,我用声音呼吁的时候,求你垂听; 并求你怜恤我,应允我。
ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
8 你说:你们当寻求我的面。 那时我心向你说:耶和华啊, 你的面我正要寻求。
ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
9 不要向我掩面。 不要发怒赶逐仆人, 你向来是帮助我的。 救我的 神啊,不要丢掉我, 也不要离弃我。
ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
11 耶和华啊,求你将你的道指教我, 因我仇敌的缘故引导我走平坦的路。
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
12 求你不要把我交给敌人,遂其所愿; 因为妄作见证的和口吐凶言的,起来攻击我。
ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।
13 我若不信在活人之地得见耶和华的恩惠, 就早已丧胆了。
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
14 要等候耶和华! 当壮胆,坚固你的心! 我再说,要等候耶和华!
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।