< 诗篇 50 >

1 亚萨的诗。 大能者 神—耶和华已经发言招呼天下, 从日出之地到日落之处。
ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
2 从全美的锡安中, 神已经发光了。
ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
3 我们的 神要来,决不闭口。 有烈火在他面前吞灭; 有暴风在他四围大刮。
ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
4 他招呼上天下地, 为要审判他的民,
ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
5 说:招聚我的圣民到我这里来, 就是那些用祭物与我立约的人。
“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
6 诸天必表明他的公义, 因为 神是施行审判的。 (细拉)
ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। (ସେଲା)
7 我的民哪,你们当听我的话! 以色列啊,我要劝戒你; 我是 神,是你的 神!
“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
8 我并不因你的祭物责备你; 你的燔祭常在我面前。
ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
9 我不从你家中取公牛, 也不从你圈内取山羊;
ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
10 因为,树林中的百兽是我的, 千山上的牲畜也是我的。
କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
11 山中的飞鸟,我都知道; 野地的走兽也都属我。
ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
12 我若是饥饿,我不用告诉你, 因为世界和其中所充满的都是我的。
ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13 我岂吃公牛的肉呢? 我岂喝山羊的血呢?
ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା?
14 你们要以感谢为祭献与 神, 又要向至高者还你的愿,
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15 并要在患难之日求告我; 我必搭救你,你也要荣耀我。
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
16 但 神对恶人说:你怎敢传说我的律例, 口中提到我的约呢?
ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
17 其实你恨恶管教, 将我的言语丢在背后。
କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
18 你见了盗贼就乐意与他同伙, 又与行奸淫的人一同有分。
ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19 你口任说恶言; 你舌编造诡诈。
ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
20 你坐着毁谤你的兄弟, 谗毁你亲母的儿子。
ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
21 你行了这些事,我还闭口不言, 你想我恰和你一样; 其实我要责备你,将这些事摆在你眼前。
ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”
22 你们忘记 神的,要思想这事, 免得我把你们撕碎,无人搭救。
“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
23 凡以感谢献上为祭的便是荣耀我; 那按正路而行的,我必使他得着我的救恩。
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

< 诗篇 50 >