< 诗篇 55 >

1 大卫的训诲诗,交与伶长。用丝弦的乐器。 神啊,求你留心听我的祷告, 不要隐藏不听我的恳求!
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।
2 求你侧耳听我,应允我。 我哀叹不安,发声唉哼,
ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
3 都因仇敌的声音,恶人的欺压; 因为他们将罪孽加在我身上,发怒气逼迫我。
କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
4 我心在我里面甚是疼痛; 死的惊惶临到我身。
ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
5 恐惧战兢归到我身; 惊恐漫过了我。
ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 我说:但愿我有翅膀像鸽子, 我就飞去,得享安息。
“ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
7 我必远游, 宿在旷野。 (细拉)
ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। (ସେଲା)
8 我必速速逃到避所, 脱离狂风暴雨。
ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।”
9 主啊,求你吞灭他们,变乱他们的舌头! 因为我在城中见了强暴争竞的事。
ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
10 他们在城墙上昼夜绕行; 在城内也有罪孽和奸恶。
ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି।
11 邪恶在其中; 欺压和诡诈不离街市。
ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ।
12 原来不是仇敌辱骂我, 若是仇敌,还可忍耐; 也不是恨我的人向我狂大, 若是恨我的人就必躲避他。
କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13 不料是你;你原与我平等, 是我的同伴,是我知己的朋友!
ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।
14 我们素常彼此谈论,以为甘甜; 我们与群众在 神的殿中同行。
ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
15 愿死亡忽然临到他们! 愿他们活活地下入阴间! 因为他们的住处,他们的心中,都是邪恶。 (Sheol h7585)
ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। (Sheol h7585)
16 至于我,我要求告 神; 耶和华必拯救我。
ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17 我要晚上、早晨、晌午哀声悲叹; 他也必听我的声音。
ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।
18 他救赎我命脱离攻击我的人, 使我得享平安, 因为与我相争的人甚多。
ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
19 那没有更变、不敬畏 神的人, 从太古常存的 神必听见而苦待他。
ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, (ସେଲା) ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
20 他背了约, 伸手攻击与他和好的人。
ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
21 他的口如奶油光滑, 他的心却怀着争战; 他的话比油柔和, 其实是拔出来的刀。
ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।
22 你要把你的重担卸给耶和华, 他必抚养你; 他永不叫义人动摇。
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
23 神啊,你必使恶人下入灭亡的坑; 流人血、行诡诈的人必活不到半世, 但我要倚靠你。
ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।

< 诗篇 55 >