< 歷代志上 13 >

1 大衛與千夫長、百夫長,就是一切首領商議。
ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।
2 大衛對以色列全會眾說:「你們若以為美,見這事是出於耶和華-我們的上帝,我們就差遣人走遍以色列地,見我們未來的弟兄,又見住在有郊野之城的祭司利未人,使他們都到這裏來聚集。
ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।
3 我們要把上帝的約櫃運到我們這裏來;因為在掃羅年間,我們沒有在約櫃前求問上帝。」
ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”
4 全會眾都說可以如此行;這事在眾民眼中都看為好。
ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
5 於是,大衛將以色列人從埃及的西曷河直到哈馬口都招聚了來,要從基列‧耶琳將上帝的約櫃運來。
ତହୁଁ କିରୀୟଥ୍‍-ଯିୟାରୀମ୍‍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ।
6 大衛率領以色列眾人上到巴拉,就是屬猶大的基列‧耶琳,要從那裏將約櫃運來。這約櫃就是坐在二基路伯上耶和華上帝留名的約櫃。
ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍‍, କିରୀୟଥ୍‍-ଯିୟାରୀମ୍‍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ।
7 他們將上帝的約櫃從亞比拿達的家裏抬出來,放在新車上。烏撒和亞希約趕車。
ପୁଣି, ସେମାନେ ଗୋଟିଏ ନୂତନ ଶଗଡ଼ରେ ପରମେଶ୍ୱରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବୋହି ଆଣିଲେ; ଆଉ ଉଷ ଓ ଅହୀୟୋ ଶଗଡ଼ ଚଳାଇଲେ।
8 大衛和以色列眾人在上帝前用琴、瑟、鑼、鼓、號作樂,極力跳舞歌唱。
ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
9 到了基頓的禾場;因為牛失前蹄,烏撒就伸手扶住約櫃。
ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।
10 耶和華向他發怒,因他伸手扶住約櫃擊殺他,他就死在上帝面前。
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା।
11 大衛因耶和華擊殺烏撒,心裏愁煩,就稱那地方為毗列斯‧烏撒,直到今日。
ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
12 那日,大衛懼怕上帝,說:「上帝的約櫃怎可運到我這裏來?」
ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?”
13 於是大衛不將約櫃運進大衛的城,卻運到迦特人俄別‧以東的家中。
ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ।
14 上帝的約櫃在俄別‧以東家中三個月,耶和華賜福給俄別‧以東的家和他一切所有的。
ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍‍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍‍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।

< 歷代志上 13 >