< 阿摩司書 9 >

1 我看見主站在祭壇旁邊; 他說:你要擊打柱頂,使門檻震動, 打碎柱頂,落在眾人頭上; 所剩下的人,我必用刀殺戮, 無一人能逃避,無一人能逃脫。
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
2 他們雖然挖透陰間, 我的手必取出他們來; 雖然爬上天去, 我必拿下他們來; (Sheol h7585)
ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା। (Sheol h7585)
3 雖然藏在迦密山頂, 我必搜尋,捉出他們來; 雖然從我眼前藏在海底, 我必命蛇咬他們;
ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।
4 雖被仇敵擄去, 我必命刀劍殺戮他們; 我必向他們定住眼目, 降禍不降福。
ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”
5 主-萬軍之耶和華摸地,地就消化, 凡住在地上的都必悲哀。 地必全然像尼羅河漲起, 如同埃及河落下。
କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।
6 那在天上建造樓閣、 在地上安定穹蒼、 命海水澆在地上的- 耶和華是他的名。
ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।
7 耶和華說:以色列人哪, 我豈不看你們如古實人嗎? 我豈不是領以色列人出埃及地, 領非利士人出迦斐託, 領亞蘭人出吉珥嗎?
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ-ସନ୍ତାନଗଣ,” “ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍‍ ଦେଶରୁ ଆଣି ନାହୁଁ?
8 主耶和華的眼目察看這有罪的國, 必將這國從地上滅絕, 卻不將雅各家滅絕淨盡。 這是耶和華說的。
ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,” ଏହା ସଦାପ୍ରଭୁ କହନ୍ତି।
9 我必出令, 將以色列家分散在列國中, 好像用篩子篩穀, 連一粒也不落在地上。
“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।
10 我民中的一切罪人說: 災禍必追不上我們, 也迎不着我們。 他們必死在刀下。
ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।
11 到那日,我必建立大衛倒塌的帳幕, 堵住其中的破口, 把那破壞的建立起來, 重新修造,像古時一樣,
ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
12 使以色列人得以東所餘剩的 和所有稱為我名下的國。 此乃行這事的耶和華說的。
ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।
13 耶和華說: 日子將到, 耕種的必接續收割的; 踹葡萄的必接續撒種的; 大山要滴下甜酒; 小山都必流奶。
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।
14 我必使我民以色列被擄的歸回; 他們必重修荒廢的城邑居住, 栽種葡萄園,喝其中所出的酒, 修造果木園,吃其中的果子。
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
15 我要將他們栽於本地, 他們不再從我所賜給他們的地上拔出來。 這是耶和華-你的上帝說的。
ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।

< 阿摩司書 9 >