< 耶利米書 27 >

1 猶大王約西亞的兒子約雅敬登基的時候,有這話從耶和華臨到耶利米說:
ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
2 「耶和華對我如此說:你做繩索與軛,加在自己的頸項上,
ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
3 藉那些來到耶路撒冷見猶大王西底家的使臣之手,把繩索與軛送到以東王、摩押王、亞捫王、泰爾王、西頓王那裏,
ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
4 且囑咐使臣,傳與他們的主人說,萬軍之耶和華-以色列的上帝如此說:
ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
5 我用大能和伸出來的膀臂,創造大地和地上的人民、牲畜。我看給誰相宜,就把地給誰。
ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
6 現在我將這些地都交給我僕人巴比倫王尼布甲尼撒的手,我也將田野的走獸給他使用。
ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
7 列國都必服事他和他的兒孫,直到他本國遭報的日期來到。那時,多國和大君王要使他作他們的奴僕。
ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
8 「無論哪一邦哪一國,不肯服事這巴比倫王尼布甲尼撒,也不把頸項放在巴比倫王的軛下,我必用刀劍、饑荒、瘟疫刑罰那邦,直到我藉巴比倫王的手將他們毀滅。這是耶和華說的。
ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
9 至於你們,不可聽從你們的先知和占卜的、圓夢的、觀兆的,以及行邪術的;他們告訴你們說:『你們不致服事巴比倫王。』
ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
10 他們向你們說假預言,要叫你們遷移,遠離本地,以致我將你們趕出去,使你們滅亡。
କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
11 但哪一邦肯把頸項放在巴比倫王的軛下服事他,我必使那邦仍在本地存留,得以耕種居住。這是耶和華說的。」
ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
12 我就照這一切的話對猶大王西底家說:「要把你們的頸項放在巴比倫王的軛下,服事他和他的百姓,便得存活。
ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
13 你和你的百姓為何要因刀劍、饑荒、瘟疫死亡,正如耶和華論到不服事巴比倫王的那國說的話呢?
ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
14 不可聽那些先知對你們所說的話;他們說:『你們不致服事巴比倫王』,其實他們向你們說假預言。
ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
15 耶和華說:『我並沒有打發他們,他們卻託我的名說假預言,好使我將你們和向你們說預言的那些先知趕出去,一同滅亡。』」
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”
16 我又對祭司和這眾民說:「耶和華如此說:你們不可聽那先知對你們所說的預言。他們說:『耶和華殿中的器皿快要從巴比倫帶回來』;其實他們向你們說假預言。
ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
17 不可聽從他們,只管服事巴比倫王便得存活。這城何致變為荒場呢?
ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
18 他們若果是先知,有耶和華的話臨到他們,讓他們祈求萬軍之耶和華,使那在耶和華殿中和猶大王宮內,並耶路撒冷剩下的器皿,不被帶到巴比倫去。(
ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
19 因為萬軍之耶和華論到柱子、銅海、盆座,並剩在這城裏的器皿,
କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
20 就是巴比倫王尼布甲尼撒擄掠猶大王約雅敬的兒子耶哥尼雅,和猶大、耶路撒冷一切貴冑的時候所沒有掠去的器皿。)
ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
21 論到那在耶和華殿中和猶大王宮內,並耶路撒冷剩下的器皿,萬軍之耶和華-以色列的上帝如此說:
ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
22 必被帶到巴比倫存在那裏,直到我眷顧以色列人的日子。那時,我必將這器皿帶回來,交還此地。這是耶和華說的。」
ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”

< 耶利米書 27 >