< 約伯記 27 >

1 約伯接着說:
ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2 上帝奪去我的理,全能者使我心中愁苦。 我指着永生的上帝起誓:
“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;
3 我的生命尚在我裏面; 上帝所賜呼吸之氣仍在我的鼻孔內。
(କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ,
4 我的嘴決不說非義之言; 我的舌也不說詭詐之語。
ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।
5 我斷不以你們為是; 我至死必不以自己為不正!
ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
6 我持定我的義,必不放鬆; 在世的日子,我心必不責備我。
ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
7 願我的仇敵如惡人一樣; 願那起來攻擊我的,如不義之人一般。
ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।
8 不敬虔的人雖然得利, 上帝奪取其命的時候還有甚麼指望呢?
କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?
9 患難臨到他, 上帝豈能聽他的呼求?
ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?
10 他豈以全能者為樂, 隨時求告上帝呢?
ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?
11 上帝的作為,我要指教你們; 全能者所行的,我也不隱瞞。
ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।
12 你們自己也都見過, 為何全然變為虛妄呢?
ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?”
13 上帝為惡人所定的分, 強暴人從全能者所得的報乃是這樣:
“ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି।
14 倘或他的兒女增多,還是被刀所殺; 他的子孫必不得飽食。
ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
15 他所遺留的人必死而埋葬; 他的寡婦也不哀哭。
ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ।
16 他雖積蓄銀子如塵沙, 預備衣服如泥土;
ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
17 他只管預備,義人卻要穿上; 他的銀子,無辜的人要分取。
ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।
18 他建造房屋如蟲做窩, 又如守望者所搭的棚。
ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।
19 他雖富足躺臥,卻不得收殮, 轉眼之間就不在了。
ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।
20 驚恐如波濤將他追上; 暴風在夜間將他颳去。
ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ।
21 東風把他飄去, 又颳他離開本處。
ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।
22 上帝要向他射箭,並不留情; 他恨不得逃脫上帝的手。
କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।
23 人要向他拍掌, 並要發叱聲,使他離開本處。
ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍‍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।

< 約伯記 27 >